Masthead

ଜିମ୍ବାୱେ ବିପକ୍ଷ ତୃତୀୟ ଟି-୨୦କୁ ୨୩ ରନରେ ଜିତିଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଳୀ:(ବଡ଼ ଖବର ବ୍ୟୁରୋ): ହରାରେ ସ୍ପୋଟର୍‌ସ ଗ୍ରାଉଣ୍ଡରେ ଖେଳାଯାଇଥିବା ତୃତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୩ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଅଗ୍ରଣୀଲାଭ କରିଛି। ଭାରତ ୨୦ ଓଭରରେ ୪ ଉଇକେଟ ହରାଇ ୧୮୨ ରନ କରିଥିବାବେଳେ ଜିମ୍ବାଓ୍ବେ ୨୦ ଓଭରରେ ୬ ଉଇକେଟ ହରାଇ ୧୫୯ ରନ କରିବାକୁ ସକ୍ଷମ ହୋଇଥିଲା। ୪ ଓଭରରେ ମାତ୍ର ୧୫ ରନ ଦେଇ ୩ଟି ଉଇକେଟ ନେଇଥିବା ଓ୍ବାଶିଂଟନ ସୁନ୍ଦର ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଟସ୍‌ଜିତି ପ୍ରଥମେ ବ୍ୟାଟିଂ ନେଇଥିବା ଭାରତ ଅଧିନାୟକ ଶୁବମନ ଗିଲ୍‌ ଓ ଯଶସ୍ବୀ ଜୟସ୍ବାଲଙ୍କ ମାଧ୍ୟମରେ ଭଲ ଆରମ୍ଭ କରିଥିଲା। ଦୁହେଁ ଓପନିଂ ଯୋଡ଼ିରେ ୬୭ ରନ ସଂଗ୍ରହ କରିଥିଲେ।

ଜୟସ୍ବାଲ ୨୭ ବଲ୍‌ରୁ ୩୬ ରନକରି ଆଉଟ ହେବାରୁ ଯୋଡ଼ି ଭାଙ୍ଗିଥିଲା। ଗତ ମ୍ୟାଚରେ ଶତକ ହାସଲକାରୀ ଅଭିଷେକ ଶର୍ମା (୧୦ ରନ) ଏଠାରେ ତୃତୀୟ ସ୍ଥାନରେ ବ୍ୟାଟିଂ କରି ବିଫଳ ହୋଇଥିଲେ ହେଁ ଋତୁରାଜ ଗାଏକ୍ୱାଡ୍‌ ୨୮ ବଲ୍‌ରୁ ୪୯ (୪ ଚୌକା, ୩ ଛକା) ରନ କରିବାରୁ ଭାରତ ସ୍କୋର ୧୮୨ରେ ପହଞ୍ଚତ୍ ଯାଇଥିଲା। ଜିମ୍ବାଓ୍ବେ ପକ୍ଷରୁ ବ୍ଲେସିଂ ମୁଜାରବାନି ଓ ସିକନ୍ଦର ରାଜା ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଜିମ୍ବାଓ୍ବେ ଏକଦା ୩୯ ରନରେ ୫ ଉଇକେଟ ହରାଇଥିଲେ ମଧ୍ୟ ଡିଅନ ମେୟର୍ସଙ୍କ ଅପରାଜିତ ୬୫ ରନ ବଳରେ ୧୫୯ ରନର ସମ୍ମାନଜନକ ସ୍କୋର କରିବାକୁ ସକ୍ଷମ ହୋଇଥିଲା। ଭାରତୀୟ ବୋଲରଙ୍କ ମଧ୍ୟରେ ଓ୍ବାଶିଂଟନ ସୁନ୍ଦର ୩ଟି, ଆଭେଶ ଖାଁ ୨ଟି ଓ ଖଲିଲ ଅହମଦ ଗୋଟିଏ ଉଇକେଟ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ