Masthead

ଗତଥର ଫାଇନାଲରେ ହରାଇଥିଲା, ଏଥର ଫାଇନାଲରେ ପହଞ୍ଚାଇଲା ନ୍ୟୁଜିଲ୍ୟାଣ୍ଡ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ): ଲଗାତାର ଦ୍ୱିତୀୟ ଥର ପାଇଁ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ପ୍ରବେଶ କରିଛି ଭାରତ। ଗତ ଥର ଅର୍ଥାତ ୨୦୨୧ରେ ଫାଇନାଲକରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ପରାସ୍ତ ହୋଇଥିଲେ ଭାରତ । କିନ୍ତୁ ଚଳିତ ଥର ଭାରତକୁ ଫାଇନାଲରେ ପହଞ୍ଚାଇବା ପାଇଁ ସାହଯ୍ୟ କରିଛି ନ୍ୟୁଜିଲ୍ୟାଣ୍ଡ । ଖ୍ରୀଷ୍ଟଚର୍ଚରେ ଚାଲିଥିବା ଶ୍ରୀଲଙ୍କା- ନ୍ୟୁଜିଲ୍ୟାଣ୍ଡ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କାକୁ ପରାସ୍ତ କରିଛି ନ୍ୟୁଜଲାଣ୍ଡ । ଯାହା ଫଳରେ ସିଧାସଳଖ ଫାଇନାଲରେ ପ୍ରବେଶ କରିଛି ଭାରତୀୟ ଟେଷ୍ଟ ଦଳ ।

ତେଣୁ ବର୍ତ୍ତମାନ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟ ମ୍ୟାଚର ଫଳାଫଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ସମୀକରଣ ଉପରେ କୌଣସି ପ୍ରଭାବ ପକାଇବ ନାହିଁ। । ତେବ ଏଥର ଟେଷ୍ଟ ଚାମ୍ପିଅନସିପ ଫାଇନାଲରେ ଭାରତ ଓ ଅଷ୍ଟ୍ରେଲିଆର ଟକ୍କର ହେବ । ବର୍ତ୍ତମାନ ଦୁଇ ଦଳ ମଧ୍ୟରେ ବର୍ଡର ଗାଭାସ୍କର ଟ୍ରଫି ଚାଲିଛି । ଯେଉଁଥିରେ ଭାରତ ୨-୧ରେ ଆଗରେ ରହିଛି। ତେବେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଜୁନ ୭ ରୁ ୧୧ ପର୍ୟ୍ୟନ୍ତ ଇଂଲଣ୍ଡର ଓଭାଲ ଷ୍ଟାଡିୟମରେ ଖେଳାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ