Masthead

ଅଗ୍ନି-୧ର ସଫଳ ପରୀକ୍ଷା

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଅଗ୍ନି-୧ ର ସଫଳ ପରୀକ୍ଷା । ଓଡ଼ିଶାର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ ହୋଇ ପାରୁଥିବା ମଧ୍ୟମ ଦୂରଗାମୀ ବାଲାଷ୍ଟିକ କ୍ଷେପଣାସ୍ତ୍ର ଅଗ୍ନି-୧ର ସଫଳ ପରୀକ୍ଷା କରାଯାଇଛି । ପ୍ରତିରକ୍ଷା ବିଭାଗର ଷ୍ଟ୍ରାଟେଜିକ କମାଣ୍ଡଙ୍କ ଦ୍ୱାରା ଗୁରୁବାର ଏହି ପରୀକ୍ଷା କରାଯାଇଥିବା ବେଳେ ପରୀକ୍ଷା ସମ୍ପୂର୍ଣ୍ଣ ସଫଳ ହୋଇଥିବା ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି । ଅଗ୍ନି-୧ କ୍ଷେପଣାସ୍ତ୍ରର ଲମ୍ବ ୧୫ ମିଟର ହୋଇଥିବା ବେଳେ ମୋଟେଇ ୧ ମିଟର । ଏହାର ଓଜନ ୧୨୦୦୦ କିଲୋଗ୍ରାମ । ୧୦୦୦ କିଲୋଗ୍ରାମର ଉଭୟ ପାରମ୍ପରିକ ଓ ଆଣବିକ ବିସ୍ଫୋଟକ ନେଇ ଏହା ୭୦୦ କିଲୋମିଟର ପର୍ଯ୍ୟନ୍ତ ଦୂରତାରେ ଲକ୍ଷ୍ୟ ଭେଦ କରିବାର କ୍ଷମତା ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା