ବାରବାଟୀରେ ଭାରତ-ଇଂଲଣ୍ଡ ଦ୍ବିତୀୟ ଦିନିକିଆ ମ୍ୟାଚ୍, ଆଜି ଭୁବନେଶ୍ବରରେ ପହଞ୍ଚିବେ ଉଭୟ ଦଳର ଖେଳା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସୁପର ସଣ୍ଡେରେ ହେବ ସୁପର ଫାଇଟ । ରବିବାର ଖେଳାଯିବାକୁ ଥିବା ବାରବାଟୀ ଦିନିକିଆ ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଆଜି ଭୁବନେଶ୍ବରରେ ପହଞ୍ଚିବେ । ସ୍ବତନ୍ତ୍ର ବିମାନ ବିମାନ ଯୋଗେ ରାତି ୭.୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ବିମାନବନ୍ଦରରୁ ଷ୍ଟାଡିୟମ ପର୍ଯ୍ୟନ୍ତ ପୋଲିସର କାରକେଡ ରିହରସାଲ । ଏୟାରପୋର୍ଟରୁ କଡ଼ା ସୁରକ୍ଷାରେ ଯିବେ ମେ’ ଫେୟାର । ଆଜି ବିଶ୍ରାମ ପରେ ଶନିବାର କଟକ ବାରବାଟୀ ଷ୍ଟାଡିୟମ ଯାଇ ଅଭ୍ୟାସ କରିବେ ଉଭୟ ଦଳର ଖେଳାଳି।

ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ଅଭ୍ୟାସ କରିବେ ଉଭୟ ଦଳ । ଇଂଲଣ୍ଡ ଖେଳାଳି ଅପରାହ୍ନ ଗୋଟାଏରୁ ୪ଟା ପର୍ଯ୍ୟନ୍ତ ଅଭ୍ୟାସ କରିବେ । ଭାରତୀୟ ଖେଳାଳି ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଅଭ୍ୟାସ କରିବେ । ୯ ତାରିଖରେ ସୁପର ସଣ୍ଡେରେ ହେବ ଦ୍ୱିତୀୟ ମ୍ୟାଚ୍ ।ପ୍ରଥମ ମ୍ୟାଚ ଜିତି ୩ ଟିକିଆ ସିରିଜରେ ୧-୦ରେ ଆଗୁଆ ରହିଛି ଭାରତ । ରବିବାର ଦ୍ବିତୀୟ ଦିନିକିଆ ଖେଳିବା ପରେ ତୃତୀୟ ତଥା ଶେଷ ମ୍ୟାଚ ଖେଳିବାକୁ ପାଇଁ ଗୁଜୁରାଟ ଅଭିମୁଖେ ବାହାରିଯିବେ ଉଭୟ ଟିମ୍। ସେପେଟେ ଉଭୟ ଦଳର ଖେଳାଳି ଓଡ଼ିଶାରେ ପହଞ୍ଚିବା ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରିଛି କମିଶନରେଟ୍ ପୁଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ