ଆଜିଠୁ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ ଇଂଲଣ୍ଡ ଟେଷ୍ଟ ସିରିଜ । ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ପଡିଆକୁ ଓହ୍ଲାଇବ ଦଳ । ହାଇଦ୍ରାବାଦରେ ଖେଳାଯିବ ଏହି ମ୍ୟାଚ । ତେବେ ପ୍ରଥମ ଦୁଇଟି ମ୍ୟାାଚ ଖେଳିବେନି ବିରାଟ କୋହଲି । ଚେତେଶ୍ବର ପୂଜାରା ଓ ଅଜିଙ୍କ୍ୟ ରାହାଣେଙ୍କ ବିନା ଭାରତୀୟ ଦଳ ଖେଳିବାକୁ ଯାଉଛି। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ୍‌ ମ୍ୟାକଲମ୍‌ଙ୍କ ପ୍ରଶିକ୍ଷଣରେ ଗତ ଦେଢ଼ ବର୍ଷ ମଧ୍ୟରେ ଇଂଲଣ୍ଡ ଦଳରେ ଅନେକ ବୈପ୍ଳବିକ ପରିବର୍ତ୍ତନ ହୋଇଥିବା ଲକ୍ଷ୍ୟ କରାଯାଇଛି। ବିଶେଷକରି ଆକ୍ରମଣାତ୍ମକ ଖେଳିବା ପାଇଁ ବାଜ୍‌ବଲ୍‌ର ପ୍ରୟୋଗ ଦଳକୁ ସବୁଠୁ ଅଧିକ ସଫଳତା ଦେଇଛି। ତେଣୁ ଏଭଳି ସ୍ଥିତିରେ ଇଂଲଣ୍ଡର ବାଜ୍‌ବଲ୍‌କୁ ଭାରତୀୟ ବ୍ୟାଟର୍‌ କିପରି ସାମ୍ନା କରୁଛନ୍ତି, ତାହା ଦେଖିବାକୁ ହେବ। ଟସ୍‌ ଜିତି ବ୍ୟାଟିଂ ନେଲା ଇଂଲଣ୍ଡ । ଭାରତୀୟ ଚୂଡ଼ାନ୍ତ ଏକାଦଶରେ ୫ ନିୟମିତ ବୋଲର । ଦଳରେ ୩ ସ୍ପିନର ଅଶ୍ୱିନ, ଅକ୍ଷର, ଜାଡେଜା ସାମିଲ । ପେସ୍‌ ବୋଲିଂ ସମ୍ଭାଳିବେ ଯଶପ୍ରୀତ ବୁମ୍‌ରା ଓ ମହମ୍ମଦ ସିରାଜ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ