Masthead

ଟିକାକରଣ ସଂଖ୍ୟାରେ ଆମେରିକାକୁ ଟପିଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):: ଟିକାକରଣରେ ଭାରତ ରେକର୍ଡ ସୃଷ୍ଟି କରିଛି । ଆମେରିକାକୁ ପଛରେ ପକାଇଛି ଭାରତ । ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ଟିକାକରଣରେ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଟିକାକରଣରେ ଭାରତ ଶକ୍ତିଶାଳୀ ଆମେରିକାକୁ ପଛରେ ପକାଇ ଦେଇଛି। ଆମେରିକା ତୁଳନାରେ ଭାରତରେ ଅଧିକ ଡୋଜର ଟିକାକରଣ ହୋଇଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଦେଶରେ ମୋଟ ୩୨.୩୬ କୋଟି ଡୋଜ୍‌ର ଟିକାକରଣ ହୋଇଛି। ଆମେରିକାରେ ଏହା ୩୨.୩୩ କୋଟି ରହିଛି। ଭାରତରେ ମୋଟ ୩୨,୩୬,୬୩,୨୯୭ ଡୋଜର ଟିକାକରଣ ହୋଇଛି। ଟିକାକରଣରେ ଆମେରିକାକୁ ଭାରତ ଅତିକ୍ରମ କରି ଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି ସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଭାରତର ଟିକାକରଣ କାର୍ଯ୍ୟକ୍ରମ ଦ୍ରୁତଗତିରେ ଆଗକୁ ବଢ଼ୁଛି। ଏହାକୁ କାର୍ଯ୍ୟକାରୀ କରିଥିବା ସମସ୍ତଙ୍କୁ ଶୁଭେଚ୍ଛା। ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇ ଦେବା ଦିଗରେ ଆମେ ପ୍ରତିବଦ୍ଧ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ