Masthead

ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କଲେ ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅନ୍ତର୍ଜାତୀୟ ଫୁଟବଲରୁ ସନ୍ୟାସ ନେଲେ ଫୁଟବଲ ତାରକା ସୁନୀଲ ଛେତ୍ରୀ । ଜୁନ ୬ରେ କୁଏତ ବିପକ୍ଷ ଫିଫା ବିଶ୍ୱକପ୍ ଯୋଗ୍ୟତା ମ୍ୟାଚ୍ ପରେ ଅବସର ନେବେ ଛେତ୍ରୀ। ଏନେଇ ସେ ଆଜି ଏକ ଭିଡିଓ ବାର୍ତ୍ତା ଯୋଗେ ସୂଚନା ଦେଇଛନ୍ତି। ସୁନୀଲ ଛେତ୍ରୀ ବର୍ତ୍ତମାନ ଭାରତୀୟ ଫୁଟବଲ ଟିମର ଅଧିନାୟକ ଅଛନ୍ତି। ସେ ଭାରତ ପାଇଁ ୧୫୦ଟି ମ୍ୟାଚ୍ ଖେଳିଛନ୍ତି। ଦୀର୍ଘ ୨୦ ବର୍ଷର କ୍ୟାରିୟର ମଧ୍ୟରେ ୯୪ ଗୋଲ ସ୍କୋର ସହ ଅନେକ କୀର୍ତ୍ତି ହାସଲ କରିଛନ୍ତି ଛେତ୍ରୀ। ଛେତ୍ରୀ ୨୦୧୯ରେ ଭାରତର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀ ଏବଂ ୨୦୨୧ରେ ଖେଳ ରତ୍ନ ସମ୍ମାନରେ ସମ୍ମାନିତ ହୋଇଥିଲା।

ଜୁନ ୬ରେ କୁଏତ ବିପକ୍ଷରେ ସେ ନିଜର ଶେଷ ମ୍ୟାଚ୍ ଖେଳିବାକୁ ଯାଉଛନ୍ତି। ଏହି ମ୍ୟାଚ୍ ପରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେଇଯିବେ ଛେତ୍ରୀ। ଛେତ୍ରୀ ୨୦୦୫ରେ ଭାରତ ପାଇଁ ଡେବ୍ୟୁ କରିଥିଲେ ଛେତ୍ରୀ। ମାର୍ଚ୍ଚରେ ଛେତ୍ରୀ ଭାରତ ପାଇଁ ୧୫୦ ଥର ପାଇଁ ଖେଳିବାର ଗୌରବ ଅର୍ଜ କରିଥିଲେ। ଏଯାବତ ସେ ୯୪ ଗୋଲ୍‌ ସ୍କୋର କରି ଭାରତର ସର୍ବକାଳୀନ ଟପ୍‌ ସ୍କୋରର୍‌ ରହିଆସିଛନ୍ତି। ତାଙ୍କ ଅଧିନାୟକତ୍ୱରେ ବର୍ତ୍ତମାନ ଭାରତ ୨୦୨୬ ଫିଫା ବିଶ୍ୱକପ୍‌ କ୍ୱାଲିଫାୟାର ଗ୍ରୁପ୍‌ ଏରେ ଦ୍ୱିତୀୟ ସ୍ଥାନରେ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା