Masthead

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ, ସିରିଜ୍ ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ । ମ୍ୟାଚ୍ ଜିତି ସିରିଜ୍ ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ । ପ୍ରଥମ ଦିନିକିଆକୁ ୫ ଉଇକେଟରେ ଜିତି ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ବିଜୟୀ ହୋଇଥିଲା । ତେଣୁ ଦ୍ୱିତୀୟ ଦିନିକିଆ ଜିତି ଆଗୁଆ ସିରିଜ ବିଜୟ ଲକ୍ଷ୍ୟରେ ରହିଛି ଟିମ୍‌ ଇଣ୍ଡିଆ। ପ୍ରଥମ ଦିନିକିଆରେ ବିଜୟ ଲକ୍ଷ୍ୟ ମାତ୍ର ୧୧୫ ରନ ଥିବାରୁ ଅଧିନାୟକ ରୋହିତ ଶର୍ମା ଓ କୋଚ୍‌ ରାହୁଲ ଡ୍ରାଭିଡ ମିଡିଲ୍‌ ଅର୍ଡର ବ୍ୟାଟରଙ୍କୁ ଟପ୍‌ ଅର୍ଡରରେ ଖେଳିବା ସୁଯୋଗ ଦେଇଥିଲେ। ମାତ୍ର ଟର୍ନିଂ ଟ୍ରାକ୍‌ରେ ଭାରତ ବିଜୟ ଲକ୍ଷ୍ୟରେ ପହଞ୍ଚତ୍ବା ପାଇଁ ୫ ଉଇକେଟ ହରାଇଥିଲା। ତେଣୁ ଆଗାମୀ ମ୍ୟାଚରେ ସ୍ବାଭାବିକ ବ୍ୟାଟିଂ ଅର୍ଡରକୁ ନେଇ ଭାରତ ଖେଳିବ ବୋଲି ଆଶା କରାଯାଉଛି।

ଆସନ୍ତା ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ଭାରତ ଏହାର ପ୍ରଥମ ମ୍ୟାଚ ଅକ୍ଟୋବର ୮ରେ ଅଷ୍ଟ୍ରେଲିଆକୁ ଭେଟିବ। କେବେଳ ଏତିକି ନୁହେଁ ବିଶ୍ବକପ୍‌ ପୂର୍ବରୁ ପ୍ରତ୍ୟେକ ମ୍ୟାଚ୍‌ ଭାରତ ପାଇଁ ଗୁରୁତ୍ବପୂର୍ଣ୍ଣ ହୋଇଥିବାରୁ ଯେଉଁମାନେ ବି ସୁଯୋଗ ପାଉଛନ୍ତି, ସେମାନଙ୍କୁ ଭଲ ପ୍ରଦର୍ଶନ କରିବାକୁ ହେବ । ବିଶ୍ବକପ୍‌ରେ ଅକ୍ଟୋବର ୮ ତାରିଖରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଅଭିଯାନ ଆରମ୍ଭ କରିବ । ଏଥିପୂର୍ବରୁ ଆଉ ୧୧ ଟି ଦିନିକିଆ ଖେଳି ନିଜ ଦଳକୁ ପରଖିବାକୁ ହେବ । ତେଣୁ କିଏ କେଉଁ ସ୍ଥାନ ପାଇଁ ଉପଯୁକ୍ତ ତାହା ଏହି ସମୟରୁ ହିଁ ବାଛିବାକୁ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ