ଆସନ୍ତାକାଲି ଭାରତ ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଭାରତ ବନ୍ଦର ଡାକରା ଦେଇଛନ୍ତି କୃଷକ ସଂଗଠନ । ୩ଟି କୃଷି ବିଲକୁ ବିରୋଧ କରି ଦିଲ୍ଲୀରେ କୃଷକ ଆନ୍ଦୋଳନ ଜାରି ରହିଛି । ଶୁକ୍ରବାର ଏହି ଆନ୍ଦୋଳନକୁ ପୂରିବ ୪ମାସ । ଏନେଇ ଆସନ୍ତାକାଲି ସକାଳ ୬ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବା ବୋଲି କୃଷକ ସଂଗଠନ କହିଛନ୍ତି । ତେବେ ବନ୍ଦ ବେଳେ ଦେଶରେ ରେଳ ପରିବହନ, ସଡକ, ଓ ବଜାର ଏବଂ ଅନ୍ୟାନ୍ୟ ସର୍ବସାଧାରଣ ସ୍ଥାନ ବନ୍ଦ ରହିବ ।

କୃଷକ ନେତା ଦର୍ଶନ ପାଲ କହିଛନ୍ତି, କି ଏହି ଆନ୍ଦୋଳନକୁ ସଫଳ କରିବାକୁ ଆମେ ଦେଶବାସୀଙ୍କୁ ଅନୁରୋଧ କରିଛୁ । ପଞ୍ଜାବ, ହରିୟାଣା ଏବଂ ପଶ୍ଚିମ ଉତ୍ତରପ୍ରଦେଶର ହଜାର ହଜାର କୃଷକ ଦିଲ୍ଲୀରେ କ୍ୟାମ୍ପେନିଂ କରୁଛନ୍ତି। ଅନ୍ୟପଟେ ଆନ୍ଦୋଳନକୁ ୪ ମାସ ପୂରିବାକୁ ଥିବା ବେଳେ, ସରକାର କିଛି ବିଚାର କରୁଥିବା ଭଳି ମନେ ହେଉନଥିବାରୁ ଭାରତ ବନ୍ଦ ଡାକରା ଦିଆଯାଇଛି ବୋଲି କହିଛନ୍ତି କୃଷକ ନେତା ବୁଟାସିଂ ବୁର୍ଜଗିଲ । ଶୁକ୍ରବାର ଭାରତ ବନ୍ଦକୁ କୃଷି ସଂଗଠନ ସହ ଅନ୍ୟାନ୍ୟ ସଂଗଠନ ମାନେ ସମର୍ଥନ ଜଣାଇବା ସହ ପ୍ରଥମ ଥର ପାଇଁ ଆନ୍ଧ୍ରପ୍ରଦେଶର ସରକାର ଏହି ବନ୍ଦକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ