ଇସ୍ରାଏଲରୁ ଭାରତୀୟଙ୍କୁ ଆଣିବା ପାଇଁ ଆରମ୍ଭ ହେଲା ‘ଅପରେସନ ଅଜୟ’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଭୟଙ୍କର ହେଉଛି ଇସ୍ରାଏଲ-ହମାସ ଯୁଦ୍ଧ । ଇସ୍ରାଏଲରେ ଫସି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଆଜି ଭାରତ ସରକାର ‘ଅପରେସନ ଅଜୟ’ ଆରମ୍ଭ କରିଛନ୍ତି। ଇସ୍ରାଏଲରେ ଏବେ ପ୍ରାୟ ୧୮ ହଜାର ଭାରତୀୟ ଅଛନ୍ତି। ଯେଉଁ ଭାରତୀୟମାନେ ଫେରିବାକୁ ଚାହିବେ ତାଙ୍କୁ ଭାରତ ଫେରିବା ପାଇଁ ସୁବିଧା ଯୋଗାଇ ଦିଆଯିବ ବୋଲି ବିଦେଶ ମନ୍ତ୍ରୀ ଏସ୍‌.ଜୟଶଙ୍କର କହିଛନ୍ତି। ତାମିଲନାଡ଼ୁରୁ ଅଧ୍ୟୟନ, ବ୍ୟବସାୟ ଏବଂ ଭ୍ରମଣ ଉଦ୍ଦେଶ୍ୟରେ ଇସ୍ରାଏଲ ଯାଇଥିବା ୮୪ ଜଣ ନାଗରିକ ସେଠାରୁ ତତ୍କାଳ ଫେରିବା ପାଇଁ ଗତକାଲି ସରକାରଙ୍କ ସହାୟତା‌ ଲୋଡ଼ିଥିଲେ।

ତାମିଲନାଡ଼ୁର କିଛି ଛାତ୍ର ତେଲ ଅଭିଭ୍‌ ୟୁନିଭର୍ସିଟି, ଜେରୁଜେଲମ ୟୁନିଭର୍ସିଟି, ବେନ୍‌ ଗୁରିଅନ ଏବଂ ପୂର୍ବ ଜେରୁଜେଲମର ବିଭିନ୍ନ ସ୍ଥାନରେ ଫସି ରହିଛନ୍ତି। ତେବେ ଫସିଥିବା ତାମିଲମାନେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା କହିଛନ୍ତି।ସେପଟେ ଗାଜା ସହର ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ ଜାରି ରଖିଛି । ଇସ୍ରାଏଲର ଆକ୍ରମଣରେ ୬ ଦିନରେ ୧୨୦୦ ଜଣଙ୍କ ମୃତ୍ୟୁ ହୋଇଛି । ଯୁଦ୍ଧକୁ ନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଚେତାବନୀ । ହମାସକୁ ସଂପୂର୍ଣ୍ଣ ଭାବେ ଧ୍ୱଂସ କରିଦେବୁ କହିଲେ ନେତାନ୍ୟାହୁ । ଖାଦ୍ୟ ଓ ଇନ୍ଧନ ଯୋଗାଣ ଇସ୍ରାଏଲ ବନ୍ଦ କରିବାରୁ ଗାଜାରେ ଜଟିଳ ସ୍ଥିତି -ଏକମାତ୍ର ପାୱାର ପ୍ଲାଣ୍ଟ ଠପ୍‌, ଗାଜାରେ ଭୟାନକ ମାନବୀୟ ସଙ୍କଟ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ