Masthead

ଟିକାକରଣରେ ଭାରତ ବିଶ୍ୱରେ ଅଗ୍ରଣୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱ ମହାମାରୀ କାରୋନା ବିନାଶ ପାଇଁ ଭାରତ ସମେତ ୨୧୩ ରାଷ୍ଟ୍ର ଦିନରାତି ଏକ କରିଦେଇଥିଲେ । ପ୍ରଥମେ ଭାରତ ଏହି ଅଭିଯାନରେ ସଫଳ ହୋଇଛି । ସମଗ୍ର ଦେଶରେ ଟିକାକରଣ ଅଭିଯାନ ବିଭିନ୍ନ ପର୍ଯ୍ୟାୟରେ ଜାରି ରହିଛି । ଦେଶରେ ୧୩ ଦିନରେ ଟିକା ନେଲେଣି ୩ ନିୟୁତ ଲୋକ । ଟିକାକରଣରେ ଭାରତ ବିଶ୍ୱର ଅଗ୍ରଣୀ ଦେଶ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି ।

୩୦ଲକ୍ଷ ଲୋକଙ୍କୁ ଟିକା ଦେବା ପାଇଁ ଯୁକ୍ତରାଷ୍ଟ୍ର ଆମେରିକା ୧୮ଦିନ ସମୟ ନେଇଛି, ଇସ୍ରାଏଲ ୩୩ ଦିନ ଏବଂ ଇଂଲଣ୍ଡ ୩୬ଦିନ ସମୟ ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟରୁ ଜଣାପଡିଛି । ବିଶ୍ୱର ବିକାଶୀଳ ଦେଶଗୁଡ଼ିକ ତୁଳନାରେ ଭାରତ ବହୁ ପଛରେ ଟିକାକରଣ ଅଭିଯାନ ଆରମ୍ଭ କରିଥିଲା । ଜନସଚେତନତା ଓ ସରକାରୀ କଳର ତତ୍ପରତା ଯୋଗୁଁ ଟିକାଦାନ ହାର ଦ୍ରୁତ ବେଗରେ ବୃଦ୍ଧି ପାଇଛି । ଜାନୁଆରୀ ୧୬ ତାରିଖରେ ସମଗ୍ର ଦେଶରେ ପ୍ରଥମ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଥିଲା ।

ଏହି ଦିନ ହିଁ ସମଗ୍ର ଦେଶରେ୨ ଲକ୍ଷ ଲୋକ ଟିକା ନେଇଥିଲେ । ପରେ ଏହା ୫ ଲକ୍ଷକୁ ବୃଦ୍ଧି ପାଇଥିଲା । ଦେଶରେ ୨ଲକ୍ଷରୁ ଅଧିକ ଟିକା ନେଇଥିବା ରାଜ୍ୟ ଗୁଡିକ ହେଲା ମହାରାଷ୍ଟ୍ର, ରାଜସ୍ଥାନ ଓ ଉତ୍ତର ପ୍ରଦେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ