Masthead

ବ୍ରାଜିଲକୁ ପଛରେ ପକାଇ ଦ୍ୱିତୀୟ ସ୍ଥାନରେ ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ କରୋନାର ଦ୍ୱିତୀୟ ଲହରୀ ସାଂଘାତିକ ହେବାରେ ଲାଗିଛି । କରୋନା ଦ୍ୱାରା ପ୍ରଭାବିତ ହେଉଥିବା ରାଷ୍ଟ୍ରଗୁଡ଼ିକ ତାଲିକାରେ ଭାରତ ଦ୍ୱିତୀୟରେ ରହିଛି । ପୂର୍ବରୁ କରୋନା ଦ୍ୱାରା ସବୁଠାରୁ ପ୍ରଭାବିତ ତାଲିକାରେ ପ୍ରଥମେ ଆମେରିକା ଓ ଦ୍ୱିତୀୟରେ ବ୍ରାଜିଲ ରହିଥିଲା। ସୋମବାର ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବା ପରେ ବ୍ରାଜିଲକୁ ପଛରେ ପକାଇ ଭାରତ ଦ୍ୱିତୀୟ ସ୍ଥାନରେ ପହଞ୍ଚି ଯାଇଛି।

କରୋନା ପ୍ରଭାବିତ ତାଲିକାର ୧ନଂ ସ୍ଥାନରେ ଆମେରିକା ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୧,୬୮,୯୧୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହା ଭାରତରେ କରୋନାର ସର୍ବକାଳୀନ ରେକର୍ଡ। ଭାରତରେ କରୋନା ପ୍ରବେଶ କରିବା ଦିନଠାରୁ କେବେ ହେଲେ ଗୋଟିଏ ଦିନରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇ ନଥିଲେ। ନୂଆ ଆକ୍ରାନ୍ତଙ୍କ ପରେ ଦେଶରେ ମୋଟ କରୋନା ରୋଗୀଙ୍କ ସଂଖ୍ୟା ୧,୩୫,୨୭,୭୧୭ରେ ପହଞ୍ଚି ଯାଇଛି।

ବ୍ରାଜିଲର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୩୪,୮୨,୦୨୩ ରହିଛି। ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୧୧,୯୭,୫୧୧। ପ୍ରଭାବିତ ତାଲିକାର ଟପ ୫ରେ ଥିବା ରାଷ୍ଟ୍ର ହେଲେ ଫ୍ରାନ୍ସ(୫,୧୧,୯୫,୮୫) ଓ ରୁଷ(୪,୫,୮୯,୨୦୯) ଭାରତରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆରୋଗ୍ୟ ହାର ହ୍ରାସ ପାଇବାରେ ଲାଗିଛି। ଏବେ ଦେଶର ଆରୋଗ୍ୟ ହାର ୯୦% ତଳେ ରହିଛି। ଆକ୍ଟିଭ କେସ୍‌ ୧୨ ଲକ୍ଷ ପାର କରିଛି। ୨୪ ଘଣ୍ଟାରେ ୯୦୪ ଜଣ କରୋନାରେ ଆଖି ବୁଜିବା ପରେ ମୋଟ ମୃତ୍ୟୁସଂଖ୍ୟା ୧,୭୦,୧୭୯ରେ ପହଞ୍ଚି ଯାଇଛି। ଦେଶରେ ୧୨,୦୧,୦୦୯ ଜଣ କରୋନାରେ ଏବେ ବି ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆରୋଗ୍ୟ ହାର ୮୯.୮୬% ଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ