Masthead

ଆଜି ଭାରତ-ପାକିସ୍ତାନ ହାଇଭୋଲଟେଜ ଟକ୍କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଭାରତ-ପାକିସ୍ତାନ ହାଇଭୋଲଟେଜ ଟକ୍କର। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସାମ୍ନାସାମ୍ନି ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ । ମଧ୍ୟାହ୍ନ ୨ଟା ବେଳେ ପରସ୍ପରକୁ ଭେଟିବେ ଭାରତ ପାକିସ୍ତାନ । ଭଲ ରନ ରେଟ୍‌ ସହ ୪ ପଏଣ୍ଟ ଲେଖାଏଁ ହାସଲ କରିଛନ୍ତି ଉଭୟ ଟିମ୍‌ । ଆଜିର ମ୍ୟାଚରେ ଭାରତ ପକ୍ଷରୁ ବିରାଟ କୋହଲି, କେଏଲ ରାହୁଲ ଓ ରୋହିତ ଶର୍ମା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବେ ବୋଲି ଆଶା କରାଯାଉଛି । ବିଶ୍ବକପର ପ୍ରଥମ ମ୍ୟାଚରେ ରୋହିତ ଶର୍ମା ଭଲ ପ୍ରଦର୍ଶନ କରିନଥିବା ବେଳେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରିଥିଲେ ।

ଶତକ ମାରିବା ସହ ଅନେକ ରେକର୍ଡ ସୃଷ୍ଟି କରିଥିଲେ ରୋହିତ ଶର୍ମା । ପାକିସ୍ତାନ ମଧ୍ୟ ବିଶ୍ବକପର ଦୁଇଟି ମ୍ୟାଚ ଖେଳି ବିଜୟୀ ହୋଇଥିବା ବେଳେ ଦଳର ଆତ୍ମବିଶ୍ବାସ ଭଲ ରହିଛି । କ୍ୟାପଟେନ ବାବର ଆଜମ ଭାରତ ବିପକ୍ଷ ମ୍ୟାଚରେ ଭଲ ପ୍ରଦର୍ଶନ କରିବେ ବୋଲି ପାକିସ୍ତାନ ଫ୍ୟାନ୍ସ ଆଶା ରଖିଛନ୍ତି । କିଏ ଜିତିବ, କିଏ ହାରିବ, ତାହା ତ ପ୍ରଦର୍ଶନ ଉପରେ ନିର୍ଭର କରିବ । କିନ୍ତୁ ଉଭୟ ଦଳ ମଧ୍ୟରେ ଆଜି ଏକ ରୋମାଂଚକର ମ୍ୟାଚ୍ ହେବା ନେଇ ଆଶାବାଦୀ ଅଛନ୍ତି ଫ୍ୟାନ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ