Masthead

ପୁରୀରେ ପୋଲିସ ଛାଉଣୀ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ସୁରକ୍ଷାକର୍ମୀ, ଡଗ୍ ସ୍କାର୍ଡର ଛାନଭିନ୍ । ଭାରତ-ପାକିସ୍ତାନ ଭିତରେ ସୃଷ୍ଟି ହୋଇଥିବା ଉତ୍ତେଜନା ଏବେ ଉଗ୍ର ରୂପ ଧାରଣ କରିଛି। ଯୁଦ୍ଧ ଘୋଷଣା ହୋଇ ନଥିଲେ ବି ଉଭୟ ଦେଶ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ଆରମ୍ଭ ହୋଇଛି । ଏଭଳି ପରିସ୍ଥିତିରେ ପୁରା ଦେଶରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ଏହିକ୍ରମରେ ପୁରୀ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହିତ ମନ୍ଦିର ଚତୁଃପାର୍ଶ୍ବରେ ବୋମା ନିରୋଧି ଦଳ ତନତନ କରି ଯାଞ୍ଚ କରୁଛନ୍ତି।

ଡଗ୍ ସ୍କ୍ୱାର୍ଡ ମଧ୍ୟ ମୁତୟନ କରାଯାଇଛି। ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ସ୍ଥିତି କାରଣରୁ ଦେଶର ବିଭିନ୍ନ ସ୍ଥାନରେ ହାଇଆଲର୍ଟ ଜାରି କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ପୁରୀରେ ଶ୍ରୀମନ୍ଦିର ସ୍ୱତନ୍ତ୍ର ବାହିନୀ ଶ୍ରୀମନ୍ଦିର ସୁରକ୍ଷାରେ ଲାଗିଛନ୍ତି। ପୋଲିସ ମୁତୟନ ହୋଇଥିବା ବେଳେ ସେମାନଙ୍କୁ ଟ୍ରେନିଂ ଦିଆଯାଇଛି। ଗୁରୁବାର ସାରା ରାତିରେ  ଚେକିଂ ଏବଂ ବ୍ଲକିଂ  ଜୋରଦାର କରାଯାଇଥିଲା। ସହରର ବିଭିନ୍ନ ହୋଟେଲ,ଲଜ୍, ଧର୍ମଶାଳ ଗୁଡ଼ିକରେ ମଧ୍ୟ ଯାଞ୍ଚ କରାଯାଇଛି। ହୋଟେଲ ରହୁଥିବା ଲୋକମାନଙ୍କର ପରିଚୟପତ୍ର ଯାଞ୍ଚ କରା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ