Masthead

ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜ୍ ଆରମ୍ଭ, ଟସ୍ ଜିତି ବ୍ୟାଟିଂ କଲା ଶ୍ରୀଲଙ୍କା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରା): ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହୋଇଛି। ସିରିଜ୍ ପ୍ରଥମ ମ୍ୟାଚରେ ଶ୍ରୀଲଙ୍କା କ୍ୟାପଟେନ୍ ଦାସୁନ୍ ଶନକା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନ୍ୟପକ୍ଷରେ କ୍ୟାପଟେନ୍ ଶିଖର ଧୱନ୍ ନିଜର କ୍ୟାପଟେନରେ ଟସ୍ ହାରିଛନ୍ତି। ଏଥିସହ ଧୱନ୍ ଭାରତୀୟ କ୍ୟାପଟେନ୍ ଭାବେ ନୂଆ ରେକର୍ଡ କରିଛନ୍ତି। ଧୱନ୍ ଭାରତର ସବୁଠାରୁ ବୟୋଜ୍ୟେଷ୍ଠ କ୍ୟାପଟେନ୍ ହୋଇ ଛନ୍ତି। ତାଙ୍କ ପୂର୍ବରୁ ମହିନ୍ଦର ଅମରନାଥଙ୍କ ନାଁରେ ଏହି ରେକର୍ଡ ଥିଲା।

ଏହି ମ୍ୟାଚ୍ ଜରିଆରେ ସୂର୍ୟ୍ୟକୁମାର ଯାଦବ ଓ ଈଶାନ୍ କିଶନ ଭାରତ ପକ୍ଷରୁ ଦିନିକିଆ ପଦାର୍ପଣ କରିଛନ୍ତି। ଦୁହେଁ ପୂର୍ବରୁ ଟି-୨୦ କ୍ରିକେଟରେ ଡେବ୍ୟୁ କରିସାରିଛନ୍ତି। ତେବେ ବାକି ଭାରତୀୟ ଦଳ  ରେ ସ୍ଥାନ ପାଇଥିବା ଖେଳାଳିଙ୍କ ପାଖରେ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବାର ଅଭିଜ୍ଞତା ରହିଛି। ଶ୍ରୀଲଙ୍କା ପକ୍ଷରୁ ଭାନୁକା ରାଜପାକସା ଦିନିକିଆ ପଦାର୍ପଣ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା