Masthead

ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜ୍ ଆରମ୍ଭ, ଟସ୍ ଜିତି ବ୍ୟାଟିଂ କଲା ଶ୍ରୀଲଙ୍କା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରା): ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହୋଇଛି। ସିରିଜ୍ ପ୍ରଥମ ମ୍ୟାଚରେ ଶ୍ରୀଲଙ୍କା କ୍ୟାପଟେନ୍ ଦାସୁନ୍ ଶନକା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନ୍ୟପକ୍ଷରେ କ୍ୟାପଟେନ୍ ଶିଖର ଧୱନ୍ ନିଜର କ୍ୟାପଟେନରେ ଟସ୍ ହାରିଛନ୍ତି। ଏଥିସହ ଧୱନ୍ ଭାରତୀୟ କ୍ୟାପଟେନ୍ ଭାବେ ନୂଆ ରେକର୍ଡ କରିଛନ୍ତି। ଧୱନ୍ ଭାରତର ସବୁଠାରୁ ବୟୋଜ୍ୟେଷ୍ଠ କ୍ୟାପଟେନ୍ ହୋଇ ଛନ୍ତି। ତାଙ୍କ ପୂର୍ବରୁ ମହିନ୍ଦର ଅମରନାଥଙ୍କ ନାଁରେ ଏହି ରେକର୍ଡ ଥିଲା।

ଏହି ମ୍ୟାଚ୍ ଜରିଆରେ ସୂର୍ୟ୍ୟକୁମାର ଯାଦବ ଓ ଈଶାନ୍ କିଶନ ଭାରତ ପକ୍ଷରୁ ଦିନିକିଆ ପଦାର୍ପଣ କରିଛନ୍ତି। ଦୁହେଁ ପୂର୍ବରୁ ଟି-୨୦ କ୍ରିକେଟରେ ଡେବ୍ୟୁ କରିସାରିଛନ୍ତି। ତେବେ ବାକି ଭାରତୀୟ ଦଳ  ରେ ସ୍ଥାନ ପାଇଥିବା ଖେଳାଳିଙ୍କ ପାଖରେ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବାର ଅଭିଜ୍ଞତା ରହିଛି। ଶ୍ରୀଲଙ୍କା ପକ୍ଷରୁ ଭାନୁକା ରାଜପାକସା ଦିନିକିଆ ପଦାର୍ପଣ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା