Masthead

ଆଜି ବର୍ଷର ସବୁଠୁ ଛୋଟ ଦିନ, ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ ଦିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବ ବର୍ଷର ସବୁଠୁ ଛୋଟ ଦିନ । ଉତ୍ତର ଗୋଲାର୍ଦ୍ଧରେ ଶୀତ ଋତୁ ଆରମ୍ଭର ପ୍ରଥମ ଦିନ । ଦିନ ରହିବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ ୨୪ ସେକେଣ୍ଡ । ଚଳିତ ବର୍ଷ ଏହା ଡିସେମ୍ବର ୨୧ ପରିବର୍ତ୍ତେ ୨୨ ପଡିଛି । ତେଣୁ ସୂର୍ଯ୍ୟଙ୍କ ଅବସ୍ଥିତି ଏହି ଦିନ କମ୍‌ ରହିଛି । ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ଶୀତଦିନ ଆରମ୍ଭ ହୁଏ ବର୍ଷର ଏହି ଛୋଟ ଦିନରୁ ଓ ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ଵା ହୁଏ । ମାର୍ଚ୍ଚ ମାସ ବସନ୍ତର ଆଗମନକୁ ସୂଚାଇଥାଏ, ଦିନ ଓ ରାତିର ଅବଧି ପାଖାପାଖ୍ ସମାନ ରହେ ।

ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ ବର୍ଷସାରା ଦିନର ଦୈର୍ଘ୍ୟରେ ବଡ଼ ପାର୍ଥକ୍ୟ ଅନୁଭୁତ ହୁଏ । ସେଠାରେ ଶୀତଋତୁରେ ଦିନଗୁଡ଼ିକ ଅତ୍ୟନ୍ତ ଛୋଟ ହୁଏ । ଅନ୍ୟପଟେ ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ ବର୍ଷସାରା ଦିନର ଦୈର୍ଘ୍ୟରେ ବଡ ପାର୍ଥକ୍ୟ ଦେଖା ଦେଇଥାଏ । ସୂର୍ଯ୍ୟ ଚାରିପଟେ ପୃଥିବୀ ନିଜ କକ୍ଷ ପଥରେ ୨୩.୫ ଡିଗ୍ରୀ ଢଳି ରହି ନିଜ ଅକ୍ଷ ଚାରିପଟେ ବୁଲୁଛି । ଏହି କାରଣରୁ ସୂର୍ଯ୍ୟ ପ୍ରତିଦିନି ସମାନ ସ୍ଥାନରୁ ଉଦୟ ହୁଅନ୍ତି ନାହିଁ । ଭୁବନେଶ୍ୱର ପାଇଁ ୨୦୨୩ ଡିସେମ୍ବର ୨୨ ସବୁଠାରୁ ଛୋଟ ଦିନ ହେବ । ସେହିଭଳି ବର୍ଷର ଏହି ସବୁଠାରୁ ଛୋଟ ଦିନକୁ ୱିଣ୍ଟର ସୋଲଷ୍ଟିକ ବୋଲି କୁହାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା