ଆଜି ବର୍ଷର ସବୁଠୁ ଛୋଟ ଦିନ, ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ ଦିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବ ବର୍ଷର ସବୁଠୁ ଛୋଟ ଦିନ । ଉତ୍ତର ଗୋଲାର୍ଦ୍ଧରେ ଶୀତ ଋତୁ ଆରମ୍ଭର ପ୍ରଥମ ଦିନ । ଦିନ ରହିବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ ୨୪ ସେକେଣ୍ଡ । ଚଳିତ ବର୍ଷ ଏହା ଡିସେମ୍ବର ୨୧ ପରିବର୍ତ୍ତେ ୨୨ ପଡିଛି । ତେଣୁ ସୂର୍ଯ୍ୟଙ୍କ ଅବସ୍ଥିତି ଏହି ଦିନ କମ୍‌ ରହିଛି । ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ଶୀତଦିନ ଆରମ୍ଭ ହୁଏ ବର୍ଷର ଏହି ଛୋଟ ଦିନରୁ ଓ ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ଵା ହୁଏ । ମାର୍ଚ୍ଚ ମାସ ବସନ୍ତର ଆଗମନକୁ ସୂଚାଇଥାଏ, ଦିନ ଓ ରାତିର ଅବଧି ପାଖାପାଖ୍ ସମାନ ରହେ ।

ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ ବର୍ଷସାରା ଦିନର ଦୈର୍ଘ୍ୟରେ ବଡ଼ ପାର୍ଥକ୍ୟ ଅନୁଭୁତ ହୁଏ । ସେଠାରେ ଶୀତଋତୁରେ ଦିନଗୁଡ଼ିକ ଅତ୍ୟନ୍ତ ଛୋଟ ହୁଏ । ଅନ୍ୟପଟେ ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ ବର୍ଷସାରା ଦିନର ଦୈର୍ଘ୍ୟରେ ବଡ ପାର୍ଥକ୍ୟ ଦେଖା ଦେଇଥାଏ । ସୂର୍ଯ୍ୟ ଚାରିପଟେ ପୃଥିବୀ ନିଜ କକ୍ଷ ପଥରେ ୨୩.୫ ଡିଗ୍ରୀ ଢଳି ରହି ନିଜ ଅକ୍ଷ ଚାରିପଟେ ବୁଲୁଛି । ଏହି କାରଣରୁ ସୂର୍ଯ୍ୟ ପ୍ରତିଦିନି ସମାନ ସ୍ଥାନରୁ ଉଦୟ ହୁଅନ୍ତି ନାହିଁ । ଭୁବନେଶ୍ୱର ପାଇଁ ୨୦୨୩ ଡିସେମ୍ବର ୨୨ ସବୁଠାରୁ ଛୋଟ ଦିନ ହେବ । ସେହିଭଳି ବର୍ଷର ଏହି ସବୁଠାରୁ ଛୋଟ ଦିନକୁ ୱିଣ୍ଟର ସୋଲଷ୍ଟିକ ବୋଲି କୁହାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!