Masthead

ଚାମ୍ପିଅନ୍ସ ଟ୍ରଫି ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଯିବନି ଟିମ୍ ଇଣ୍ଡିଆ!

ନୂଆଦିଲ୍ଳୀ:(ବଡ଼ ଖବର ବ୍ୟୁରୋ): ପାକିସ୍ତାନରେ ଆୟୋଜିତ ହେବାକୁ ଯାଉଛି ଚାମ୍ପିୟନ୍ସ ଟ୍ରଫି ୨୦୨୫ । କିନ୍ତୁ ଟିମ୍ ଇଣ୍ଡିଆ ପାକିସ୍ତାନ ଯିବାର ସମ୍ଭାବନା ନାହିଁ । ପାକିସ୍ତାନ ବାହାରେ ମ୍ୟାଚ୍ ଆୟୋଜନ କରିବାକୁ ଅପିଲ୍ କରିବ ବିସିସିଆଇ। ଦୁବାଇ କିମ୍ବା ଶ୍ରୀଲଙ୍କାରେ ମ୍ୟାଚ୍ ଆୟୋଜନ ହେବାର ସମ୍ଭାବନା ରହିଛି। ଏକ ରିପୋର୍ଟ ଅନୁଯାୟୀ, ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଭାରତୀୟ ଟିମ୍ ପାକିସ୍ତାନ ଯାଇନପାରେ। ବିସିସିଆଇ ଟିମ୍ ଇଣ୍ଡିଆକୁ ପାକିସ୍ତାନ ପଠାଇବାକୁ ରାଜି ନଥିବାରୁ ଅନ୍ୟ କେଉଁଠାରେ ମ୍ୟାଚ୍ ଆୟୋଜନ ହେବାର ସମ୍ବାବନା ରହିଛି। ଏନେଇ ଖୁବ୍ ଶୀଘ୍ର ଆଇସିସିକୁ ଅପିଲ କରିପାରେ ବିସିସିଆଇ। ୨୦୨୫ରୁ ଚମ୍ପିଆନ୍ସ ଟ୍ରଫି ଆରମ୍ଭ ହେବ। ପାକିସ୍ତାନ ଆୟୋଜକ ଥିବାରୁ ଏଠାରେ ସମସ୍ତ ମ୍ୟାଚ୍ ଅନୁଷ୍ଠିତ ହେବ।

ଏନେଇ ପାକିସ୍ତାନ କ୍ରିକେଟ ବୋର୍ଡ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦକୁ ମ୍ୟାଚ୍ କାର୍ଯ୍ୟସୂଚିର ଏକ ଚିଠା ପଠାଇଛି। ପିସିବି କାର୍ଯ୍ୟସୂଚି ଅନୁସାରେ ସମସ୍ତ ୧୫ଟି ମ୍ୟାଚ୍ ପାକିସ୍ତାନରେ ଖେଳାଯିବ। ୭ଟି ମ୍ୟାଚ୍ ଲାହୋର, ତିନୋଟି କରାଚି ଏବଂ ପାଞ୍ଚଟି ରାୱଲପିଣ୍ଡିରେ ଖେଳାଯିବାକୁ ଥିବାବେଳେ କରାଚିରେ ଉଦଘାଟନୀ ମ୍ୟାଚ୍ ଅନୁଷ୍ଠିତ ହେବ। ତେବେ ମାର୍ଚ୍ଚ ୧ରେ ଲାହୋରରେ ଦୁଇ ଚିର ପ୍ରତିଦ୍ୱନ୍ଦ୍ୱି ଭାରତ-ପାକିସ୍ତାନ ମ୍ୟାଚ୍ ରହିଛି। କିନ୍ତୁ ବିସିସିଆଇ ପକ୍ଷରୁ ଟିମ୍ ଇଣ୍ଡିଆକୁ ସେଠାକୁ ପଠାଇବାକୁ ନେଇ କୌଣସି ସ୍ପଷ୍ଟୀକରଣ ଦିଆଯାଇ ନାହିଁ। ଭାରତ ଏସିଆ କପ୍ ଭଳି ପାକିସ୍ତାନ ବାହାରେ ଶ୍ରୀଲଙ୍କା କିମ୍ବା ୟୁଏଇରେ ମ୍ୟାଚ୍ ଆୟୋଜନ କରିବାକୁ ଅପିଲ୍ କରିବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ