ମୁହାଁମୁହିଁ ହେବେ ଭାରତ-ବାଂଲାଦେଶ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ସୁପର୍-୪ର ଶେଷ ମୁକାବିଲା । ମୁହାଁମୁହିଁ ହେବେ ଭାରତ ଓ ବାଂଲାଦେଶ । ଭାରତ ଫାଇନାଲରେ ପହଂଚି ସାରିଥିବା ବେଳେ ବାଂଲାଦେଶ ଫାଇନାଲରୁ ବାଦ ପଡିଛି । ଏହି ମ୍ୟାଚ କେବଳ ଔପଚାରିକତା ପୂରଣ କରିବା ପାଇଁ ଖେଳାଯିବ । ଆଉ ୨୦ ଦିନ ପରେ ବିଶ୍ୱ କପ୍ ଥିବାରୁ ଏହି ମ୍ୟାଚରେ ଅନ୍ୟ କିଛି ଖେଳାଳିଙ୍କୁ ଖେଳାଇ ସେମାନଙ୍କ ଦକ୍ଷତା ପରଖିବାକୁ ଉଭୟ ଦଳ ଚାହିଁବେ । ସୁପର୍-୪ରେ ୨ଟି ଯାକ ମ୍ୟାଚ୍ ହାରିଥିବା ବାଂଲାଦେଶ ବିଶ୍ୱକପ୍ ପୂର୍ବରୁ ନିଜର ସାମର୍ଥ୍ୟ ପରୀକ୍ଷା କରିବାକୁ ମଇଦାନକୁ ଓହ୍ଲାଇବ । ସୁପର-୪ରେ ଦୁଇଟିଯାକ ମ୍ୟାଚ୍‌ ଜିତି ଭାରତ ପ୍ରଥମ ଦଳ ଭାବେ ଫାଇନାଲ୍‌ରେ ସ୍ଥାନ ପକ୍କା କରିସାରିଛି । ତେଣୁ କିଛି ପ୍ରମୁଖ ଖେଳାଳିଙ୍କୁ ଫାଇନାଲ୍‌ ପର୍ୟ୍ୟନ୍ତ ଫିଟ୍‌ ରହିବାକୁ ବିଶ୍ରାମ ଦିଆଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’