Masthead

ଏସିଆ କପ୍‌: ଆଜି ଭାରତ-ପାକିସ୍ତାନ ଲଢ଼େଇ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସିଆ କପର ମହାମୁକାବିଲା, ଆଜି ମୁହାଁମୁହିଁ ହେବେ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ଭାରତ-ପାକିସ୍ତାନ ।  ଏହି ହାଇଭୋଲଟେଜ୍‌ ମ୍ୟାଚ୍‌କୁ ଦେଖିବା ପାଇଁ ଦର୍ଶକଙ୍କ ମନରେ ଅନେକ ଉତ୍ସାହ ରହିଛି । ଚଳିତ ଏସିଆ କପ୍‌ର ୩ୟ ଲିଗ୍‌ ମ୍ୟାଚରେ ଆଜି ରୋହିତ ଶର୍ମାଙ୍କ ଭାରତୀୟ ଦଳ ବାବର ଆଜାମଙ୍କ ପାକିସ୍ତାନ ଦଳକୁ ଭେଟିବ। ଶ୍ରୀଲଙ୍କାର କାଣ୍ଡିସ୍ଥିତ ପାଲେକେଲେରେ ଖେଳାଯିବାକୁ ଥିବା ଗ୍ରୁପ-ଏ ର ଉକ୍ତ ମ୍ୟାଚ ଉପରେ ସାରା ବିଶ୍ବର ନଜର ରହିଛି। ଏହି ମହାମୁକାବିଲା ପାଇଁ କ୍ରିକେଟପ୍ରେମୀମାନେ ଉତ୍ସାହର ସହିତ ଅପେକ୍ଷା କରି ରହିଛନ୍ତି। ଦୁଇ ଦେଶର ପ୍ରଶଂସକ ସାମାଜିକ ଗଣମାଧ୍ୟମରେ ଏହାକୁ ‘ରୟାଲ ବ୍ୟାଟଲ୍‌’ର ନାମ ଦେଇସାରିଲେଣି। ଆଜି ମ୍ୟାଚ୍‌ରେ ପାକିସ୍ତାନର ବୋଲିଂ ଓ ଭାରତର ବ୍ୟାଟିଂ ମଧ୍ୟରେ ସୁସ୍ଥ ପ୍ରତିଦ୍ବନ୍ଦ୍ବିତା ଦେଖିବାକୁ ମିଳିବ। ତିନି ପ୍ରାରମ୍ଭିକ ଖେଳାଳି ରୋହିତ ଶର୍ମା, ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କୁ ଭେଦ କରିବା ପାଇଁ ଆଫ୍ରିଦି, ହାରିସ୍‌ ଓ ନସିମ ଶାହ ପ୍ରସ୍ତୁତ ରହିଛନ୍ତି।

ଶୀର୍ଷକ୍ରମ ପରେ ମଧ୍ୟକ୍ରମରେ କିଏ କେଉଁଠାରେ ଖେଳିବେ ତାହା ଏବେବି ସସ୍‌ପେନ୍ସ ରହିଛି। ଈଶାନ କିଶନ ୱିକେଟ୍‌ କିପର ଭୂମିକାରେ ରହିବା ନିଶ୍ଚିତ ଥିବାରୁ ସେ ୪ କିମ୍ବା ୫ ନମ୍ବର ସ୍ଥାନରେ ଖେଳିପାରନ୍ତି। ଭାରତ ଓ ପାକିସ୍ତାନ ଅନ୍ତର୍ଜାତୀୟ କ୍ରିକେଟରେ ଶେଷ ଥର ପାଇଁ ୨୦୨୨ ଅକ୍ଟୋବର ୨୩ରେ ଆଇସିସି ଟ୍ବେଣ୍ଟି୨୦ ବିଶ୍ବକପ ମ୍ୟାଚରେ ମେଲବୋର୍ଣ୍ଣରେ ମୁହାଁମୁହିଁ ହୋଇଥିଲେ। ଏଥିରେ ଭାରତ ୪ ୱିକେଟରେ ବିଜୟ ହାସଲ କରିଥିଲା। ପାଖାପାଖି ୧୧ ମାସ ପରେ ଦୁଇ ଦଳ ପୁଣି ଥରେ ଅନ୍ତର୍ଜାତୀୟ କ୍ରିକେଟରେ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଅନ୍ୟପକ୍ଷରେ ଦିନିକିଆ କ୍ରିକେଟର ଫର୍ମାଟକୁ ଦେଖିବାକୁ ଗଲେ ୪ ବର୍ଷ ପ‌େ‌ର ଉଭୟ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ୨୦୧୯ ଦିନିକିଆ କ୍ରିକେଟ ବିଶ୍ବକପରେ ମାଞ୍ଚେଷ୍ଟରରେ ଜୁନ୍‌ ୧୬‌ରେ ‌ଶେଷ ଥର ପାଇଁ ଦୁଇ ଦଳ ମୁହାଁମୁହିଁ ହୋଇଥିଲେ। ଏଥିରେ ଭାରତ ଡକ୍‌ୱଥ୍‌ ଲୁଇସ୍‌ ନିୟମ ଆଧାରରେ ୮୯ରନରେ ବିଜୟୀ ହୋଇଥିଲା। ରୋହିତ ଶର୍ମାଙ୍କ ନେତୃତ୍ବାଧିନ ଭାରତୀୟ ଦଳରେ ବିରାଟ କୋହଲି, ସୂର୍ୟ୍ୟକୁମାର ଯାଦବ, ଶୁବମାନ ଗିଲ୍‌, ଶ୍ରେୟାସ ଆୟର, ଇଶାନ କିଷନଙ୍କ ଉପରେ ବ୍ୟାଟିଂ ଭାର ନିର୍ଭର କରୁଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି