ଭାରତ-ଶ୍ରୀଲଙ୍କା ମୁକାବିଲା, ମ୍ୟାଚ ଜିତି ସେମିଫାଇନାଲ ଟିକେଟକୁ ପକ୍କା କରିବା ଲକ୍ଷ୍ୟରେ ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱକପ କ୍ରିକେଟ ଆଜି ଭାରତ-ଶ୍ରୀଲଙ୍କା ମୁକାବିଲା । ମୁମ୍ବାଇ ୱାଙ୍ଖଡ଼େ ଷ୍ଟାଡିଅମରେ ଖେଳାଯିବ ଏହି ମ୍ୟାଚ୍‌ । ମ୍ୟାଚ୍ ଜିତି ସେମି ଫାଇନାଲ ସ୍ଥାନ ପକ୍କା କରିବା ଲକ୍ଷ୍ୟରେ ଭାରତ । ଚଳିତ ବିଶ୍ୱକପରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ ଜାରି ରଖିଛି । ଭାରତ ଏଯାଏଁ ୬ଟି ମ୍ୟାଚ୍ ଖେଳିଥିବା ବେଳେ ୬ଟି ଯାକ ମ୍ୟାଚ୍ ଜିତିସାରିଛି ।

ଫଳରେ ସେମିଫାଇନାଲରେ ସ୍ଥାନ ଏକପ୍ରକାର ପକ୍କା ହୋଇସାରିଛି । ତେବେ ଶ୍ରୀଲଙ୍କା ବିପକ୍ଷରେ ବିଜୟ ଭାରତ ପାଇଁ ସେମିଫାଇନାଲ ଟିକେଟ ନିଶ୍ଚିତ କରିଦେବ । ଭାରତ ଏଯାଏଁ ବୋଲିଂ, ବ୍ୟାଟିଂ ଓ ଫଲ୍ଡିଂରେ ଦମଦାର ପ୍ରଦର୍ଶନ କରିଆସିଛି । ସେହି ଫର୍ମକୁ ଜାରି ରଖି ଶ୍ରୀଲଙ୍କାକୁ ହରାଇବାକୁ ସବୁ ପ୍ରକାର ଚେଷ୍ଟା କରିବ ରୋହିତ ଶର୍ମାଙ୍କ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ