Masthead

ଆଜିଠୁ ଭାରତ-ୱେଷ୍ଟଇଣ୍ଡିଜ ପ୍ରଥମ ଟି-୨୦ ସିରିଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ଆରମ୍ଭ ହେବ ଟି-୨୦ ସିରିଜ । ଦିନିକିଆ ଶୃଙ୍ଖଳା ଜିତିବା ପରେ ଭାରତୀୟ ଯୁବ ଦଳର ପରବର୍ତ୍ତୀ ଅଭିଯାନ ଆଜିଠୁ ଆରମ୍ଭ ହେବ। ୱେଷ୍ଟଇଣ୍ଡିଜ୍‌ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ଶୃଙ୍ଖଳା ଖେଳିବ ଭାରତୀୟ ଦଳ। ପ୍ରଥମ ମ୍ୟାଚ ରାତି ୮ ଟାରେ ତରୌବାର ବ୍ରାଏନ୍‌ ଲାରା ଷ୍ଟାଡିୟମ୍‌ରେ ଖେଳାଯିବ । ଏଥିପାଇଁ ଉଭୟ ଦଳ ପରସ୍ପରକୁ ଟକ୍କର ଦେବା ପାଇଁ ପ୍ରସ୍ତୁତ ହୋଇଛନ୍ତି । ଟେଷ୍ଟ ଓ ଦିନିକିଆ ସିରିଜରେ ୱେଷ୍ଟଇଣ୍ଡିଜକୁ ଲଗାତାର ପରାଜିତ କରି ବିଜୟୀ ହୋଇଥିବାରୁ ସିରିଜ ହାତେଇବାକୁ ଲକ୍ଷ୍ୟ ରଖିଛି ଭାରତ ।

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଯୁବ କ୍ରିକେଟରଙ୍କୁ ନେଇ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ରୋହିତ ଶର୍ମା, ବିରାଟ କୋହଲିଙ୍କ ବିନା ଯେପରି ଦିନିକିଆ ଶୃଙ୍ଖଳାକୁ ଭାରତ ଜିତିଥିଲା, ଏବେ ଟି-୨୦ରେ ମଧ୍ୟ ସେହି କମାଲ୍‌ ଦେଖାଇବା ପାଇଁ ପୁଣି ସୁଯୋଗ ସୃଷ୍ଟି ହୋଇଛି। ଗୁରୁବାରଠୁ ଆରମ୍ଭ ହେଉଥିବା ସୀମିତ ଓଭର ଶୃଙ୍ଖଳାରେ ବିଶେଷ କରି ଯଶସ୍ବୀ ଜୟସ୍ବାଲ୍‌, ତିଳକ ବର୍ମା, ମୁକେଶ କୁମାରଙ୍କ ଭଳି ନବାଗତଙ୍କ ଉପରେ ଅଧିକ ନଜର ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା