ଟିକାକରଣରେ ୧୦୦ କୋଟି ମାଇଲ ଖୁଣ୍ଟ ହାସଲ କରିବ ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ବିରୋଧରେ ଲଢେଇ ଜାରି ରହିଛି । କରୋନାକୁ ମାତ ଦେବା ପାଇଁ ଟିକାକରଣ କାର୍ଯ୍ୟକୁ ତ୍ୱାରାନୀତ କରାଯାଉଛି । ଏବେ ଖାଲି ୧୮ ବର୍ଷରୁ ବୟସ୍କଙ୍କୁ କରୋନା ଟିକା ଦିଆଯାଉଛି । କିନ୍ତୁ ପିଲାଙ୍କ ପାଇଁ ଖୁବ ଶୀଘ୍ର କରୋନା ଟିକା ଅନୁମୋଦନ ଦିଆଯାଇଛି ଯାହାର ଗାଇଡଲାଇନ ଖୁବ୍ ଶୀଘ୍ର ଆସିବ । କିନ୍ତୁ ଏହାରି ଭିତରେ ଆସିଛି ଖୁସି ଖବର । ଦେଶରେ କରୋନା ଟିକାକରଣ ଆଜି ୯୯ କୋଟି ଟପିଯାଇଛି। ଆସନ୍ତାକାଲି ସୁଦ୍ଧା ଏହା ୧୦୦ କୋଟି ଟପିବ ବୋଲି ଆଶା କରାଯାଉଛି।

ଦେଶରେ ଟିକାକରଣ ଅଭିଯାନ ଜାନୁଆରୀ ମାସରେ ଆରମ୍ଭ ହୋଇଥିଲା। ଏହି ଅଭିଯାନ ଆରମ୍ଭ ହେବାର ୯ ମାସ ପରେ ଭାରତ ପ୍ରଥମ ଥର ପାଇଁ ୧୦୦ କୋଟି ଟିକାର ମାଇଲଖୁଣ୍ଟ ହାସଲ କରିବ। ଆଜି ଅପରାହ୍ଣ ସୁଦ୍ଧା ଦେଶରେ ପ୍ରାୟ ୯୯.୪ କୋଟି ଟିକା ଲୋକଙ୍କୁ ଦିଆଯାଇଛି। ୧୦୦ କୋଟିର ସଫଳତା ପରିପ୍ରେକ୍ଷୀରେ ସରକାର ଉତ୍ସବ ମନାଇବା କାର୍ଯ୍ୟକ୍ରମ କରିଛନ୍ତି।

ଦିଲ୍ଲୀର ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଯିବର କାର୍ଯ୍ୟକ୍ରମ ରହିଛି। ଉଲ୍ଲେଖଯୋଗ୍ୟ, ଭାରତ ବ୍ୟତୀତ ଚୀନ ଏକମାତ୍ର ଦେଶ ଯିଏ କି ଗତ ଜୁନରେ ୧୦୦ କୋଟି ଟିକାକରଣର ମାଇଲଖୁଣ୍ଟ ହାସଲ କରିଛି। ଗତମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ପାଳନ ଅବସରରେ ଗୋଟିଏ ଦିନରେ ଦେଶରେ ୨.୫ କୋଟିରୁ ଅଧିକ ଟିକା ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’