୩୩ ରନରେ ହାରିଲା ଆୟରଲାଣ୍ଡ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):ଆୟରଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ୩୩ ରନରେ ବିଜୟୀ ହୋଇଛି ଭାରତ। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୨-୦ରେ ଆଗୁଆ ରହି ସିରିଜ୍‌ କବ୍‌ଜା କରି ନେଇଛି। ଆୟର୍ଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୮୫ ରନ୍‌ କରିଥ୍‌ତ୍ଲା। ଜବାବରେ ଆୟର୍ଲାଣ୍ଡ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ ୧୫୨ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଭାରତ ପାଇଁ ଯଶସ୍ବୀ ଜୟସ୍ବାଲ ଏବଂ ଋତୁରାଜ ଗାଏକ୍ବାଡ ଭଲ ଆରମ୍ଭ କରିଥିଲେ ମଧ୍ୟ ଜୟସ୍ବାଲ ଅଧିକ ସମୟ ତିଷ୍ଠି ନଥିଲେ।

ଜୟସ୍ବାଲଙ୍କ ବିଦାୟର ଦୁଇଟି ବଲ୍ ବ୍ୟବଧାନରେ ପ୍ରଥମ ମ୍ୟାଚ୍‌ ଭଳି ମଧ୍ୟ ତିଳକ ବର୍ମା (୧) ସଅଳ ଫେରିଯାଇଥିଲେ। ତଥାପି ଭାରତ ପ୍ରଥମ ପାୱାର ପ୍ଲେ ଭିତରେ ୪୭ ରନ୍‌ ସଂଗ୍ରହ କରି ନେଇଥିଲା। ଏଥି ସହିତ ଋତୁରାଜ ଗାଏକ୍ବାଡ ଏବଂ ସଂଜୁ ସାମସନ୍‌ ମାତ୍ର ୭.୫ ଓଭରରେ ୭୧ ରନ୍ ଯୋଡ଼ି ବଡ଼ ସ୍କୋର୍‌ ପାଇଁ ପଥ ପରିସ୍କାର କରିଥିଲେ। ସଂଜୁ ୨୬ ବଲ୍‌ରୁ ୪୦ ରନ୍‌ କରି ହ୍ବାଇଟ୍‌ଙ୍କ ଦ୍ବାରା ବୋଲ୍ଡ ହୋଇଯାଇଥିଲେ। ଏହା ପରେ ପ୍ରଥମ ଥର ଅନ୍ତର୍ଜାତୀୟସ୍ତରରେ ବ୍ୟାଟିଂ କରିଥିବା ରିଙ୍କୁ ସିଂହ ତାଙ୍କ ଚିରାଚରିତ ବ୍ୟାଟିଂ କରି ମାତ୍ର ୨୧ ବଲ୍‌ରୁ ୩୮ ରନ୍ ସଂଗ୍ରହ କରିଥିଲେ। ବୁଧବାର ଖେଳାଯିବ ତୃତୀୟ ମ୍ୟାଚ୍‌ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ