Masthead

୩୩ ରନରେ ହାରିଲା ଆୟରଲାଣ୍ଡ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):ଆୟରଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ୩୩ ରନରେ ବିଜୟୀ ହୋଇଛି ଭାରତ। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୨-୦ରେ ଆଗୁଆ ରହି ସିରିଜ୍‌ କବ୍‌ଜା କରି ନେଇଛି। ଆୟର୍ଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୮୫ ରନ୍‌ କରିଥ୍‌ତ୍ଲା। ଜବାବରେ ଆୟର୍ଲାଣ୍ଡ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ ୧୫୨ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଭାରତ ପାଇଁ ଯଶସ୍ବୀ ଜୟସ୍ବାଲ ଏବଂ ଋତୁରାଜ ଗାଏକ୍ବାଡ ଭଲ ଆରମ୍ଭ କରିଥିଲେ ମଧ୍ୟ ଜୟସ୍ବାଲ ଅଧିକ ସମୟ ତିଷ୍ଠି ନଥିଲେ।

ଜୟସ୍ବାଲଙ୍କ ବିଦାୟର ଦୁଇଟି ବଲ୍ ବ୍ୟବଧାନରେ ପ୍ରଥମ ମ୍ୟାଚ୍‌ ଭଳି ମଧ୍ୟ ତିଳକ ବର୍ମା (୧) ସଅଳ ଫେରିଯାଇଥିଲେ। ତଥାପି ଭାରତ ପ୍ରଥମ ପାୱାର ପ୍ଲେ ଭିତରେ ୪୭ ରନ୍‌ ସଂଗ୍ରହ କରି ନେଇଥିଲା। ଏଥି ସହିତ ଋତୁରାଜ ଗାଏକ୍ବାଡ ଏବଂ ସଂଜୁ ସାମସନ୍‌ ମାତ୍ର ୭.୫ ଓଭରରେ ୭୧ ରନ୍ ଯୋଡ଼ି ବଡ଼ ସ୍କୋର୍‌ ପାଇଁ ପଥ ପରିସ୍କାର କରିଥିଲେ। ସଂଜୁ ୨୬ ବଲ୍‌ରୁ ୪୦ ରନ୍‌ କରି ହ୍ବାଇଟ୍‌ଙ୍କ ଦ୍ବାରା ବୋଲ୍ଡ ହୋଇଯାଇଥିଲେ। ଏହା ପରେ ପ୍ରଥମ ଥର ଅନ୍ତର୍ଜାତୀୟସ୍ତରରେ ବ୍ୟାଟିଂ କରିଥିବା ରିଙ୍କୁ ସିଂହ ତାଙ୍କ ଚିରାଚରିତ ବ୍ୟାଟିଂ କରି ମାତ୍ର ୨୧ ବଲ୍‌ରୁ ୩୮ ରନ୍ ସଂଗ୍ରହ କରିଥିଲେ। ବୁଧବାର ଖେଳାଯିବ ତୃତୀୟ ମ୍ୟାଚ୍‌ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ