ସୁପର ଓଭରରେ ଶ୍ରୀଲଙ୍କାକୁ ହରାଇ ସିରିଜ ଜିତିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁପର୍ ଓଭର ବିଜୟ ସହ ଭାରତର ସିରିଜ୍ କ୍ଲିନ୍ ସୁଇପ୍। ଶ୍ରୀଲଙ୍କା ବିପକ୍ଷ ଟି-ଟ୍ୱେଣ୍ଟି ସିରିଜ୍‌କୁ ୩-୦ରେ ଜିତି ନେଇଛି ଭାରତ। ଶ୍ରୀଲଙ୍କାକୁ ଧୂଳି ଚଟାଇଛି ଭାରତ। ଶେଷ ଓଭର୍‌ରେ ୬ ରନ୍‌ ମଧ୍ୟ କରିପାରିନି ଶ୍ରୀଲଙ୍କା। ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚରେ ଉଭୟ ଦଳ ୧୩୭ ରନରେ ଅଟକିଯିବା ପରେ ମ୍ୟାଚ୍ ଟାଇ ରହିଥିଲା। ଏହାପରେ ସୁପର ଓଭର୍‌ର ସହାୟତା ନିଆଯାଇଥିଲା। ସୁପର ଓଭର୍‌ରେ ଶ୍ରୀଲଙ୍କା ମାତ୍ର ୩ ରନ୍‌ କରିଥିଲା। ଯାହାକୁ ଭାରତ ପ୍ରଥମ ବଲ୍‌ରେ ହିଁ ହାସଲ କରି ନେଇଛି।

ସୁପର୍ ଓଭରରେ ୱାସିଂଟନ୍ ସୁନ୍ଦର ମାତ୍ର ୪ ବଲରେ ୨ ରନ୍ ଦେଇ ୨ ୱିକେଟ୍ ହାସଲ କରିଥିଲେ। ଜବାବରେ ମଥିଶା ପଥିରଣାଙ୍କ ପ୍ରଥମ ବଲକୁ ସୁଇପ୍ ଚୌକା ମାରି ଅଧିନାୟକ ସୂର୍ୟ୍ୟକୁମାର ୟାଦବ ଭାରତକୁ ବିଜୟୀ କରାଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୯ ଓ୍ୱିକେଟ୍‌ ହରାଇ ୧୩୭ ରନ୍‌ କରିଥିଲା। ଜବାବରେ ଘରୋଇ ଦଳ ଶ୍ରୀଲଙ୍କା ୮ ଓ୍ୱିକେଟ୍‌ ହରାଇ ୧୩୭ ରନ୍‌ କରିଥିଲା। ଏହାପରେ ସୁପର ଓଭରର ସହାୟତା ନିଆ ଯାଇଥିଲା। ୱାଶିଂଟନ ସୁନ୍ଦର ମ୍ୟାଚର ଶ୍ରେଷ୍ଠ ଖେଳାଳି ଏବଂ ସୂର୍ୟ୍ୟକୁମାର ୟାଦବ ଶୃଙ୍ଖଳାର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’