Masthead

୫ମ ଟେଷ୍ଟରେ ଇଂଲଣ୍ଡକୁ ଇନିଂସ ପରାଜୟ ଦେଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୫ମ ଟେଷ୍ଟରେ ଇଂଲଣ୍ଡକୁ ଇନିଂସ ପରାଜୟ ଦେଲା ଭାରତ । ଧର୍ମଶାଳାରେ ଏକ ଇନିଂସ ଓ ୬୪ ରନ୍‌ରେ ଇଂଲଣ୍ଡ ପରାସ୍ତ । ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୧୯୫ ରନରେ ଅଲ୍‌ଆଉଟ୍‌ । ଅଶ୍ୱିନ୍‌ଙ୍କୁ ୫, ବୁମ୍‌ରା ଓ କୁଲଦୀପଙ୍କୁ ୨ଟି ଲେଖାଏଁ ୱିକେଟ । ଇଂଲଣ୍ଡ ୨୧୮ ଓ ୧୯୫, ଭାରତ ୪୭୭ । ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଇଂଲଣ୍ଡ । ହେଲେ ବଡ ସ୍କୋର କରିବାରେ ଦଳ ବିଫଳ ହୋଇଥିଲା । ଇଂଲଣ୍ଡ ତାର ପ୍ରଥମ ଇଂନିସରେ ୨୧୮ ରନ କରି ଅଲଆଉଟ ହୋଇଯାଇଥିଲା ।

ଇଂଲଣ୍ଡ ପକ୍ଷରୁ ଜ୍ୟାକ କ୍ରଲେ ସର୍ବାଧିକ ୭୯ ରନ କରିଥିବା ବେଳେ ଭାରତ ପକ୍ଷରୁ ଅଶ୍ୱିନୀ ୪ ଓ କୁଲଦୀପ ୫ଟି ୱିକେଟ ନେଇଥିଲେ । ସେହିପରି ଭାରତ ତାର ପ୍ରଥମ ଇଂନିସରେ ଧୂଆଁଧାର ବ୍ୟାଟିଂ କରି ବଡ ସ୍କୋର କରିବାରେ ସଫଳ ହୋଇଥିଲା । ଭାରତ ପକ୍ଷରୁ ରୋହିତ ଶର୍ମା ୧୦୩, ଶୁଭମନ ଗିଲ ୧୧୦, ଦେବଦତ୍ତ ପାଡିକଲ ୬୫, ଜୟସ୍ୱାଲ ୫୭ ଓ ସର୍ଫରାଜ ଖାନ ୫୬ ରନ କରିଥିଲେ । ଫଳରେ ଦଳ ୪୭୭ ରନ କରିଥିଲା । ହେଲେ ଇଂଲଣ୍ଡ ତାର ଦ୍ୱିତୀୟ ଇଂନିସରେ ମାତ୍ର ୧୯୫ ରନରେ ଅଲଆଉଟ ହୋଇଯାଇଥିଲା । ଫଳରେ ଭାରତ ଗୋଟିଏ ଇଂନିସ ୬୪ ରନରେ ବିଜୟ ହାସଲ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ