Before Header

ଫ୍ରାନ୍ସରେ ଭାରତୀୟ ବିମାନ ଅଟକ

0 25

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୩୦୩ ଜଣ ଭାରତୀୟଙ୍କୁ ନେଇ ଯାଉଥିବା ବିମାନ ଫ୍ରାନ୍ସରେ ଅଟକ । ଦୁବାଇରୁ ଭାରତୀୟଙ୍କୁ ନେଇ ନିକାରାଗୁଆ ଯାଉଥିବା ଏକ ଚାର୍ଟର ବିମାନକୁ ଫ୍ରାନ୍ସ ପୋଲିସ ମାର୍ନେଠାରେ ଅଟକାଇଛି । ମାନବଚାଲଣ ନେଇ ଗୁଇନ୍ଦା ରିପୋର୍ଟ ଆଧାରରେ ଫ୍ରାନ୍ସ ଏହି ବିମାନକୁ ଅଟକାଇଥିବା ଦୂତାବାସ ସୂତ୍ରରୁ ଜଣାପଡ଼ିଛି । ଫ୍ରାନ୍ସ ପୋଲିସ ଭାତ୍ରେଠାରେ ଥିବା ଏକ କ୍ଷୁଦ୍ର ବିମାନବନ୍ଦରରେ ବିମାନକୁ ଅବତରଣ କରିବାକୁ ବାଧ୍ୟ କରିଥିଲା । ବିମାନ ଯାତ୍ରୀଙ୍କ ବିଶ୍ରାମ ପାଇଁ ବନ୍ଦରର ଅଭ୍ୟର୍ଥନା ପ୍ରକୋଷ୍ଠରେ ବ୍ୟବସ୍ଥା କରାଯାଇଛି ।

ଅଟକ ଥିବା ବିମାନ ସମ୍ପର୍କରେ ଭାରତୀୟ ଦୂତାବାସକୁ ଫ୍ରାନ୍ସ କର୍ତୃପକ୍ଷ ତଥ୍ୟ ପ୍ରଦାନ କରିବା ସହ ମାନବ ଚାଲାଣ ମାମଲାରେ ତଦନ୍ତ ପାଇଁ ସହାୟତା ଲୋଡିଛି । ସେପଟେ ମାନବଚାଲାଣ ସନ୍ଦେହରେ ଏହାକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ଫ୍ରାନ୍ସ । ୟୁରୋପୀୟ ଦେଶ ରୋମାନିଆରେ ପଞ୍ଜୀକୃତ ଏହି ଚାଟାର୍ଡ ଫ୍ଲାଇଟଟି ଦୁବାଇରୁ ଛାଡ଼ିଥିଲା ଏବଂ କେନ୍ଦ୍ରୀୟ ଆମେରିକାର ନିକରାଗୁଆ ଯିବାର ଥିଲା ।

Leave A Reply

Your email address will not be published.