Masthead

ମଣିପୁର ହିଂସା ରୋକିବାରେ ବାଧା ସୃଷ୍ଟି କରୁଛନ୍ତି ସ୍ଥାନୀୟ ମହିଳା

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ହିଂସାରେ ଜଳୁଛି ମଣିପୁର । ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ଚାଲିଛି ଅହରହ ଉଦ୍ୟମ । ତଥାପି ଫେରୁନି ଶାନ୍ତି । ସେପଟେ ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ଚେଷ୍ଟା କରାଯାଉଥିବାବେଳେ ସ୍ଥାନୀୟ ମହିଳାମାନେ ବାଧା ସୃଷ୍ଟି କରୁଥିବା କହିଛନ୍ତି ଭାରତୀୟ ସେନା । ଭାରତୀୟ ସେନା ଟ୍ୱିଟ କରି ଏହି ସୂଚନା ଦେଇଛି। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ସୁରକ୍ଷା ବଳ ୧୨ଟି ବଙ୍କର ଧ୍ୱଂସ କରିବା ସହ ୬ଟି ମୋର୍ଟାଲ ସେଲ୍ ଜବତ କରିଛି।

ତଲାସି ସମୟରେ ସାହୁମ୍ଫାଇସ୍ଥିତ ଏକ ଧାନଜମିରୁ ୩ଟି ୫୧ ଏମ୍‌ଏମ୍ ଏବଂ ଅନ୍ୟ ୩ଟି ୮୪ଏମ୍‌ଏମ୍ ମୋର୍ଟାଲ ସେଲ୍ ମିଳିଥିଲା। ବିଷ୍ଣୁପୁର ଜିଲାର କାଙ୍ଗଭାଇ ଏବଂ ଏସ୍. କୋଟଲିଆନ୍ ଗ୍ରାମ ନିକଟରୁ ଆଇଇଡି ଜବତ ହୋଇଛି। ମଣିପୁର ହିଂସାକାଣ୍ଡ ଆରମ୍ଭ ହେବା ଦିନରୁ ବର୍ତ୍ତମାନ ସୁଦ୍ଧା ୧,୧୦୦ ଅସ୍ତ୍ରଶସ୍ତ୍ର, ୧୩,୭୦୨ ଗୁଳିଗୋଳା ଓ ୨୫୦ ବୋମା ଜବତ ହେଲାଣି। ହିଂସା ମାମଲାରେ ପୋଲିସ ୧୩୫ ଜଣଙ୍କୁ ଗିରଫ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ