ଶ୍ରୀଲଙ୍କା ଗସ୍ତରେ ଭାରତର ବିଦେଶ ସଚିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତର ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ ଶୃଙ୍ଗଲା ୪ ଦିନିଆ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି । ଏହି ଗସ୍ତରେ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋତାବାୟା ରାଜପକ୍ସା ଏବଂ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ସାଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ତେବେ ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଏବଂ କରୋନା ଯୁଦ୍ଧରେ ପାରସ୍ପରିକ ସହାୟତା ବିଷୟରେ ଆଲୋଚନା କରାଯିବ ବୋଲି ଅନୁମାନ କରାଯାଉଛି । ଏହା ଛଡ଼ା ଶ୍ରୀଙ୍ଗଲା ଜାଫନା, ଟ୍ରିନକୋମାଲି ଏବଂ କାଣ୍ଡି ଇତ୍ୟାଦି ଅଞ୍ଚଳ ପରିଦର୍ଶନ କରିବାର କଥା ସାମ୍ନାକୁ ଆସିଛି ।

ଅପରିପକ୍ଷରେ ଶ୍ରୀଲଙ୍କା ସରକାର ଉଭୟ ଭାରତ ଓ ଚୀନକୁ ସମାନ ବ୍ୟବହାର କରନ୍ତୁ ବୋଲି ଭାରତ ଆଶା ବାନ୍ଧିଛି । ଏହା ସହ ଦୁଇ ଦେଶ ୧୯୮୭ ଚୁକ୍ତିନାମାକୁ ଅନୁସରଣ କରନ୍ତୁ ବୋଲି ଭାରତ ଇଚ୍ଛା ପ୍ରକାଶ କରିଛି । ଯାହା ଦ୍ୱାରା ଶ୍ରୀଲଙ୍କାର କୌଣସି ବନ୍ଦରକୁ ଅନ୍ୟ ଦେଶକୁ ସାମରିକ ବ୍ୟବହାର ପାଇଁ ଦିଆଯିବ ନାହିଁ । ସେପଟେ ଭାରତ ଓ ଚୀନ ମଧ୍ୟରେ ସମ୍ପର୍କ ଖରାପ ହେବାରେ ଲାଗିଛି । ଏପରିସ୍ଥିତିରେ ଶ୍ରୀଲଙ୍କା କିପରି ୧୯୮୭ ଚୁକ୍ତିକୁ ଅନୁସରଣ କରିବ ସେନେଇ ଭାରତ ଚେଷ୍ଟା କରିବ ବୋଲି ଅନୁମାନ କରାଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!