Masthead

ଶ୍ରୀଲଙ୍କା ଗସ୍ତରେ ଭାରତର ବିଦେଶ ସଚିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତର ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ ଶୃଙ୍ଗଲା ୪ ଦିନିଆ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି । ଏହି ଗସ୍ତରେ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋତାବାୟା ରାଜପକ୍ସା ଏବଂ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ସାଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ତେବେ ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଏବଂ କରୋନା ଯୁଦ୍ଧରେ ପାରସ୍ପରିକ ସହାୟତା ବିଷୟରେ ଆଲୋଚନା କରାଯିବ ବୋଲି ଅନୁମାନ କରାଯାଉଛି । ଏହା ଛଡ଼ା ଶ୍ରୀଙ୍ଗଲା ଜାଫନା, ଟ୍ରିନକୋମାଲି ଏବଂ କାଣ୍ଡି ଇତ୍ୟାଦି ଅଞ୍ଚଳ ପରିଦର୍ଶନ କରିବାର କଥା ସାମ୍ନାକୁ ଆସିଛି ।

ଅପରିପକ୍ଷରେ ଶ୍ରୀଲଙ୍କା ସରକାର ଉଭୟ ଭାରତ ଓ ଚୀନକୁ ସମାନ ବ୍ୟବହାର କରନ୍ତୁ ବୋଲି ଭାରତ ଆଶା ବାନ୍ଧିଛି । ଏହା ସହ ଦୁଇ ଦେଶ ୧୯୮୭ ଚୁକ୍ତିନାମାକୁ ଅନୁସରଣ କରନ୍ତୁ ବୋଲି ଭାରତ ଇଚ୍ଛା ପ୍ରକାଶ କରିଛି । ଯାହା ଦ୍ୱାରା ଶ୍ରୀଲଙ୍କାର କୌଣସି ବନ୍ଦରକୁ ଅନ୍ୟ ଦେଶକୁ ସାମରିକ ବ୍ୟବହାର ପାଇଁ ଦିଆଯିବ ନାହିଁ । ସେପଟେ ଭାରତ ଓ ଚୀନ ମଧ୍ୟରେ ସମ୍ପର୍କ ଖରାପ ହେବାରେ ଲାଗିଛି । ଏପରିସ୍ଥିତିରେ ଶ୍ରୀଲଙ୍କା କିପରି ୧୯୮୭ ଚୁକ୍ତିକୁ ଅନୁସରଣ କରିବ ସେନେଇ ଭାରତ ଚେଷ୍ଟା କରିବ ବୋଲି ଅନୁମାନ କରାଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ