Masthead

ଭୁବନେଶ୍ୱରରେ ଭାରତୀୟ ହକି ଟିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଭାରତୀୟ ହକି ଟିମ । ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍ ଭୁବନେଶ୍ୱରରେ ପହଁଚିଲା । ଶିଙ୍ଗ ବାଜା, ଢ଼ୋଲ ମାଡ଼ ସାଙ୍ଗକୁ ଆତସବାଜିରେ କମ୍ପିଲା ରାଜଧାନୀ । ଏୟାରପୋର୍ଟରୁ ଆରମ୍ଭ କରି ହୋଟେଲ୍ , ଷ୍ଟାଡିୟମ୍ ରାସ୍ତା ସମେତ ରାଜଧାନୀର ସବୁ ପ୍ରମୁଖ ରାସ୍ତାଘାଟ ବ୍ୟାନର୍ ପୋଷ୍ଟରରେ ହକି ଖେଳାଳିଙ୍କୁ ସ୍ୱାଗତ କରାଯାଇଛି ।

ବିମାନବନ୍ଦରରେ ଟିମ୍ ପହଁଚିବା ପରେ କ୍ରୀଡ଼ାମନ୍ତ୍ରୀଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀ ଖେଳାଳିଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ । ଟୋକିଓ ଅଲିମ୍ପିକ୍ସରେ ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଥିବା ଖେଳାଳିଙ୍କୁ ଓଡ଼ିଶା ମାଟିରେ ସ୍ବାଗତ ପାଇଁ ସାରା ସହରରେ ଏଭଳି ଉତ୍ସାହ, ଉତ୍କଣ୍ଠା ଦେଖାଦେଇଛି। ଟୋକିଓ ଅଲମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ଜିତି ଇତିହାସ ରଚିଛି । ସେହିପରି ସେମିଫାଇନାଲରେ ମହିଳା ହକି ଦଳର ଲଢ଼ୁଆ ପ୍ରଦର୍ଶନକୁ ନେଇ ସାରା ଦେଶରୁ ଶୁଭେଚ୍ଛା ଓ ସମ୍ବର୍ଦ୍ଧନାର ସୁଅ ଛୁଟୁଛି । ଉଭୟ ଦଳର ପ୍ରାୟୋଜକ ଥିବା ଓଡ଼ିଶା ସରକାର ଏହି ଖେଳାଳିମାନଙ୍କୁ ଲୋକସେବା ଭବନ କନଭେନସନ ହଲ୍ ରେ ସ୍ବତନ୍ତ୍ର ସମ୍ବର୍ଦ୍ଧନା କରିବେ । ହୋଟେଲ୍ ରେ ମଧ୍ୟ ଖେଳାଳିଙ୍କ ରହିବାଠାରୁ ଖାଇବା ପର୍ଯ୍ୟନ୍ତ ବ୍ୟାପକ ପ୍ରସ୍ତୁତି କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’