Masthead

୧୨ ଘଣ୍ଟିଆ କୋଲକତା ବନ୍ଦ

କୋଲକାତା (ବଡ଼ ଖବର ବ୍ୟୁରୋ): କୋଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା। ଏହାକୁ ନେଇ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଏସୟୁସିଆଇ । ସକାଳ ୬ରୁ ସଂଧା ୬ଟା ପର୍ୟ୍ୟନ୍ତ ବନ୍ଦ ପାଳନ କରାଯାଉଛି । ଏହି ସମୟରେ ସମସ୍ତ ଜରୁରୀକାଳୀନ ସେବା ଚାଲୁ ରହିଥିବା ବେଳେ ବନ୍ଦ ଯୋଗୁଁ ମେଟ୍ରୋ ଚଳାଚଳ ପ୍ରଭାବିତ ହୋଇଛି। ତେବେ ବୁଧବାର ରାତିରେ କଲେଜରେ ଭଙ୍ଗାରୁଜା ଘଟଣା ଏବଂ ଡାକ୍ତରଙ୍କୁ ମାଡ ମରା ଘଟଣାକୁ ପ୍ରତିବାଦ କରି ଏହି ବନ୍ଦ ପାଳନ କରାଯାଉଛି। ସେପଟେ ସିବିଆଇ ଟିମ୍ ଜଏ କର ମେଡିକାଲ କଲେଜକୁ ଯାଇ ପଚରାଉଚରା କରିବା ସହିତ, ଜେରା ପାଇଁ ୫ ଜଣ ଡାକ୍ତରଙ୍କୁ ସମନ କରିଥିବା ସୂଚନା ମିଳିଛି ।

ପୀଡ଼ିତାଙ୍କ ଘରେ ମଧ୍ୟ ପହଞ୍ଚି ତଦନ୍ତ କରିଛି ସିବିଆଇ ଟିମ୍ । ମେଡିକାଲ କଲେଜରେ ଭଙ୍ଗାରୁଜା ଘଟଣାରେ ୧୨ ଜଣଙ୍କୁ ଗିରଫ କରିଛି ପୁଲିସ। ପ୍ରାୟ ୪୦ ରୁ ୫୦ ଜଣ ଲୋକ ଏହି ଭଙ୍ଗାରୁଜାରେ ସାମିଲ ଥିଲେ । ସେମାନେ ଏମର୍ଜେନ୍ସି ୱାର୍ଡ, ନର୍ସିଂ ଷ୍ଟେସନ ଓ ମେଡିସିନ ଷ୍ଟୋରରେ ବ୍ୟାପକ କ୍ଷୟକ୍ଷତି କରିବା ସହ ସିସିଟିଭି କ୍ୟାମେରା ମଧ୍ୟ ଭାଙ୍ଗିଥିଲେ ।ସ୍ଥିତି ନିୟନ୍ତ୍ରଣ ପାଇଁ ପୁଲିସକୁ ଲାଠିଚାର୍ଜ ଓ ଲୁହବୁହା ଗ୍ୟାସ ପ୍ରୟୋଗ କରିବାକୁ ପଡ଼ିଥିଲା । ଅନ୍ୟପଟେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳିଛି। ନ୍ୟାୟ ଦାବିରେ ଆରଜି କର ମେଡିକାଲ ପରିସରରେ ନର୍ସିଂ ଷ୍ଟାଫ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

ଡାକ୍ତରୀ ଛାତ୍ରଛାତ୍ରୀମାନେ ମଧ୍ୟ ବିରୋଧ ପ୍ରଦର୍ଶନ କରି ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ଦାବି କରିଛନ୍ତି । ଆରଜି କର ମେଡିକାଲ କଲେଜର ପ୍ରିନ୍ସିପାଲଙ୍କ କାର୍ୟ୍ୟାଳୟକୁ ଘେରାଉ କରିଛନ୍ତି ଡାକ୍ତରୀ ଛାତ୍ରଛାତ୍ରୀ । ଅଭିଯୁକ୍ତଙ୍କୁ କଠୋରରୁ କଠୋର ଦଣ୍ଡ ଦେବା ସହ ସ୍ୱାସ୍ଥ୍ୟ ସେବାରେ ଥିବା କର୍ମଚାରୀଙ୍କୁ ସୁରକ୍ଷା ସୁନିଶ୍ଚିତ କରିବାକୁ ଦାବି କରିଛନ୍ତି । ସେପଟେ ଆରଜି କଲେଜରେ ଭଙ୍ଗାରୁଜା ଘଟଣାରେ ଆହୁରି ୩ ଜଣଙ୍କୁ ପୁଲିସ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା