Masthead

ବାର୍ବାଡସରୁ ଫେରିବେ ଭାରତୀୟ ଖେଳାଳି, BCCI ପଠାଇଲା ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାର୍ବାଡସରେ ଫସି ରହିଥିବା ଟି-ଟ୍ୱେଣ୍ଟି ବିଶ୍ୱକପ୍ ବିଜେତା ଭାରତୀୟ ଟିମ୍ ଖୁବଶୀଘ୍ର ଭାରତ ଫେରିବେ। ଆଜି ସ୍ୱତନ୍ତ୍ର ବିମାନ ଯୋଗେ ସମସ୍ତ ଖେଳାଳି ଓ ସେମାନଙ୍କ ପରିବାରବର୍ଗ ଭାରତ ଫେରିବେ। ଏନେଇ ବିସିସିଆଇ ଏକ ସ୍ୱତନ୍ତ୍ର ବିମାନର ଆୟୋଜନ କରିଛି। ବାର୍ବାଡସରେ ୨୦୨୪ ଟି-ଟ୍ୱେଣ୍ଟି ବିଶ୍ୱକପ୍ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଜୁନ୍ ୨୯ରୁ ଫାଇନାଲ୍ ମ୍ୟାଚ୍ ସରିଥିଲେ ବି ଆଇଲାଣ୍ଡ ଦେଶରେ ଘୂର୍ଣ୍ଣିଝଡ଼ କାରଣରୁ ସେମାନେ ସେଠାରେ ଫସି ରହିଛନ୍ତି। ରିପୋର୍ଟ ଅନୁସାରେ, ଗତକାଲି ବାର୍ବାଡସ୍ ସମୟ ସନ୍ଧ୍ୟା ୬ଟାରେ ଖେଳାଳିଙ୍କୁ ନେଇ ବିସିସିଆଇ ବିମାନ ଉଡ଼ାଣ ଭରିବ।

ଯଦି ଭାରତ ସମୟ କଥା ଦେଖିବା ତେବେ ଏହା ବୁଧବାର ଭୋଅର ୩ଟା ୩୦ ହୋଇଥିବ। ଖେଳାଳିମାନେ ଦିଲ୍ଲୀରେ ୩ ଜୁଲାଇ ୭ଟା ୪୫ରେ ପହଞ୍ଚିବେ।ପ୍ରକାଶ ଥାଉକି, ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ବିଜୟୀ ହୋଇଛି ଭାରତ। ୨୦୦୭ରେ ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ଭାରତ ଟି-୨୦ ବିଶ୍ୱକପ ଜିତିଥିଲା। ୨୦୨୪ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଦକ୍ଷିଣ ଆଫ୍ରିକାକୁ ହରାଇ ଚାମ୍ପିଅନ ହୋଇଛି। ବିଜୟୀ ଟିମକୁ ସ୍ୱାଗତ କରିବା ପାଇଁ ଉତ୍କଣ୍ଠାର ସହ ଚାହିଁ ରହିଛନ୍ତି କ୍ରିକେଟ ପ୍ରେମୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି