Masthead

ଭାରତୀୟ ମହିଳା କ୍ରିକେଟ ଟିମକୁ ସ୍ୱର୍ଣ୍ଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତକୁ ଆଉ ଏକ ସ୍ୱର୍ଣ୍ଣ । ଚିନରେ ଅନୁଷ୍ଟିତ ହେଉଥବା ୧୯ତମ ଏସିଆ ଗେମ୍ସରେ ଭାରତ ହାତରେ ଲାଗିଛି ଆଉ ଏକ ସ୍ୱର୍ଣ୍ଣ ପଦକ। ଏହି ସ୍ୱର୍ଣ୍ଣକୁ ହାତେଇଛି ଭାରତୀୟ ମହିଳା କ୍ରିକେଟ ଟିମ । ଚଳିତ ଥର ଏସିଆନ ଗେମ୍ସରେ କ୍ରିକେଟକୁ ସାମିଲ କରାଯାଇଥିବା ବେଳେ ଭାରତୀୟ ଟିମ ସ୍ୱର୍ଣ୍ଣ ଜିତିବାରେ ସଫଳ ହୋଇଛି ।

ଏସିଆନ ଗେମ୍ସ କ୍ରିକେଟରେ ଏହା ଭାରତର ପ୍ରଥମ ସ୍ୱର୍ଣ୍ଣ। ଆଜିର ଗୋଲ୍ଡ ମେଡାଲ ମୁକାବିଲାରେ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ ଶ୍ରୀଲଙ୍କାକୁ ୧୯ ରନରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂକରି ସ୍ମୃତି ମନ୍ଧାନାଙ୍କ ୪୬ ଓ ଜେମିମା ରୋଡ୍ରିଗସଙ୍କ ୪୨ ରନ ବଳରେ ୭ ୱିକେଟ ହରାଇ ୧୧୬ ରନ ସଂଗ୍ରହ କରିଥିଲା ଟିମ ଇଣ୍ଡିଆ ।

ଏହାର ଜବାବରେ ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭର୍‌ରେ ୮ ୱିକେଟ ହରାଇ ମାତ୍ର ୯୭ ରନ କରିବାକୁ ସକ୍ଷମ ହୋଇଥିଲା। ଭାରତ ପକ୍ଷରୁ ତିତାସ ସାନ୍ଧୁ ସର୍ବାଧିକ ୩ଟି ୱିକେଟ ନେଇଥିବା ବେଳେ ରାଜେଶ୍ୱରରେ ଗାଏକ୍ୱାଡ ୨, ଦୀପ୍ତି ଶର୍ମା, ପୂଜା ବସ୍ତ୍ରକର ଓ ଦେବିକା ବୈଦ୍ୟ ଗୋଟିଏ ଲେଖାଏ ସଫଳତା ପାଇଛନ୍ତି। ତେବେ ମହିଳା କ୍ରିକେଟ ଟିମ୍ ସ୍ୱର୍ଣ୍ଣ ଜିତିବା ପରେ ସାରା ଦେଶରୁ ଛୁଟୁଛି ଶୁଭେଚ୍ଛାର ଶୁଅ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ