Masthead

ଭାରତର ପ୍ରତିଟି ପ୍ରଦର୍ଶନ ଇତିହାସ ସୃଷ୍ଟି କରିଛି ଏବଂ ଆମକୁ ଗର୍ବିତ କରିଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଭାରତ ଏସୀୟ କ୍ରୀଡ଼ାରେ ଭାରତ ଇତିହାସ ରଚିଛି । ଚୀନରେ ଚାଲିଥିବା ଏସୀୟ କ୍ରୀଡ଼ାରେ ଭାରତ ପଦକ ସଂଖ୍ୟା ୧୦୦ରେ ପହଞ୍ଚିଛି । ଦେଶର ପଦକ ସଂଖ୍ୟା ଶତକରେ ପହଞ୍ଚିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା କବାଡି ଟିମ୍‌ ଏବଂ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଦେଶର ପଦକ ସଂଖ୍ୟା ଶତକରେ ପହଞ୍ଚିବାକୁ ଐତିହାସିକ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ଏହି ସଫଳତାରେ ପୂରା ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ।

କବାଡିରେ ସ୍ୱର୍ଣ୍ଣ ସହ ଭାରତ ଏସିଆନ୍ ଗେମ୍ସ ଯାତ୍ରାରେ ଇତିହାସ ସୃଷ୍ଟି କରିଛି । ଆସନ୍ତା ୧୦ରେ ପ୍ରଧାନମନ୍ତ୍ରୀ ସମସ୍ତ ପ୍ରତିଯୋଗୀଙ୍କୁ ଭେଟି ସମ୍ବୋଧିତ କରିବେ ।ଏନେଇ ପ୍ରଧାନମନ୍ତ୍ରୀ ଟ୍ଵିଟ୍‌ କରି ସମସ୍ତ ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରତିଟି ପ୍ରଦର୍ଶନ ଇତିହାସ ସୃଷ୍ଟି କରିଛି ଏବଂ ଆମକୁ ଗର୍ବିତ କରିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଭାରତୀୟ ଖେଳାଳି ଏସିଆନ ଗେମ୍ସ ୨୦୨୩ରେ ୧୦୦ ପଦକ ଜିତି ଇତିହାସ ରଚିଛନ୍ତି । ଏଥିରେ ୨୫ ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ