Masthead

ପାକ୍ ବିପକ୍ଷରେ ଭାରତର ଦମଦାର ବିଜୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଏସିଆପରେ ଭାରତର ବିଶାଳ ବିଜୟ। ପାକିସ୍ତାନ ବିପକ୍ଷରେ ଐତିହାସିକ ବିଜୟ ହାସଲ କଲା ରୋହିତ ବାହିନୀ । ୨୨୮ ରନରେ ପାକିସ୍ତାନକୁ ହରାଇଛି ଟିମ୍ ଇଣ୍ଡିଆ । ତେବେ ଏହା ପୂର୍ବରୁ ଏହି ରେକର୍ଡ ୧୪୦ ରନର ଥିଲା । ଯାହା କି ଭାରତ ୨୦୦୮ରେ ମୀରପୁର ଷ୍ଟାଡିୟମରେ ବନାଇଥିଲା ।

କଲମ୍ବୋର ଆର୍ ପ୍ରେମଦାସା ଷ୍ଟାଡିୟମରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୫୦ ଓଭରରେ ବିରାଟ କୋହଲି ଏବଂ କେଏଲ୍ ରାହୁଲ ଶତକୀୟ ଇନିଂସ ଫଳରେ ୩୫୬ ରନ୍ ସଂଗ୍ରହ କରିଥିଲା । ବିରାଟ କୋହଲି ୯୪ ଟି ବଲରେ ୧୨୨ ରନ୍ କରିଥିଲା ବେଳେ କେଏଲ୍ ରାହୁଲ ୧୦୬ଟି ବଲରେ ୧୧ରନ୍ କରି ଅପରାଜିତ ରହିଥିଲେ । ଜବାବରେ ପାକିସ୍ତାନ ୩୨ ଓଭରରେ ମାତ୍ର ୧୨୮/୮ ରନ୍ ହିଁ କରିବାରେ ସକ୍ଷମ ହୋଇଥିଲା ।

ପାକିସ୍ତାନର ଦୁଇଜଣ ବ୍ୟାଟର ଆହତ କାରଣରୁ ପଡ଼ିଆକୁ ଓହ୍ଲାଇପାରିନଥିଲେ । କେବଳ ୮ ଜଣ ହିଁ ବ୍ୟାଟିଂ କରିଥିଲେ । ସେଥିପାଇଁ ଭାରତକୁ ବିଜୟୀ ଘୋଷଣା କରାଯାଇଥିଲା । ପାକିସ୍ତାନକୁ ନିଜ ଦିନିକିଆ ଇତିହାସରେ ଦ୍ୱିତୀୟଥର ସବୁଠୁ ବଡ଼ ପରାଜୟର ସମ୍ମୁଖିନ ହେବାକୁ ପଡ଼ିଛି। ଭାରତ ପକ୍ଷରୁ କୁଲଦୀପ ଯାଦବ ସର୍ବାଧିକ ୫ ଟି ୱିକେଟ୍ ଅକ୍ତିଆର କରିଥିବା ବେଳେ ଜଶପ୍ରୀତ ବୁମରାହ, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶାର୍ଦ୍ଦୁଲ ଠାକୁର ଗୋଟିଏ ଲାଖାଏଁ ୱିକେଟ୍ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ