ଇଣ୍ଡିଗୋ ବିମାନରେ ହଙ୍ଗମା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଣ୍ଡିଗୋ ବିମାନରେ ହଙ୍ଗମା । ବିମାନରେ ୨ ଜଣ ଯାତ୍ରୀ କରିଛନ୍ତି ହଙ୍ଗମା । ଦୁବାଇରୁ ମୁମ୍ବାଇ ଅଭିମୁଖେ ଏକ ଇଣ୍ଡିଗୋ ବିମାନରେ ୨ ଜଣ ଯାତ୍ରୀ ହଙ୍ଗାମା କରିଛନ୍ତି। ନିଶାରେ ସେମାନେ କ୍ୟାବିନ କ୍ରୁ ଏବଂ ସହ-ଯାତ୍ରୀଙ୍କ ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଉଭୟ ଯାତ୍ରୀଙ୍କୁ ମୁମ୍ବାଇରେ ଗିରଫ କରାଯାଇଛି। ପୋଲିସ କହିଛି ଯେ, ଏହି ପ୍ରସଙ୍ଗରେ ଏୟାର ଇଣ୍ଡିଗୋ ପକ୍ଷରୁ ଏକ ଅଭିଯୋଗ କରାଯାଇଥିଲା। ଉଭୟ ଯାତ୍ରୀଙ୍କ ବିରୋଧରେ ମାମଲା ରୁଜୁ ହେବା ପରେ ତାଙ୍କୁ ଗିରଫ କରାଯାଇଥିଲା।

ଗିରଫ ପରେ ଉଭୟ କୋର୍ଟରୁ ଜାମିନ ପାଇଥିଲେ। ଉଭୟ ଅଭିଯୁକ୍ତ କୋଲହାପୁର ଏବଂ ପାଲଘରର ନାଲାସୋପାରା ବାସିନ୍ଦା। ସେମାନଙ୍କର ନାମ ହେଉଛି ଦତ୍ତାତ୍ରେୟ ବାପାର୍ଡେକର ଏବଂ ଜନ ଜର୍ଜ ଡି’ସୁଜା। ସେମାନେ ଦୁବାଇରୁ ଫେରୁଥିଲେ। ଦେଶକୁ ଫେରିବା ଖୁସିରେ ଉଭୟ ଅଭିଯୁକ୍ତ ମଦ୍ୟପାନ କରୁଥିଲେ। ଉଭୟ ନିଶାରେ ବିମାନରେ ହଙ୍ଗାମା କରିଥିଲେ। ଅନ୍ୟ ଯାତ୍ରୀମାନେ ଆପତ୍ତି କରିବା ସହ ଏନେଇ ଅଭିଯୋଗ କରିଥିଲେ। ବିମାନର କ୍ରୁ ମେମ୍ବରମାନେ ମଧ୍ୟ ଉଭୟଙ୍କୁ ଅଟକାଇବାକୁ ଚେଷ୍ଟା କରିବାକୁ ସେମାନଙ୍କୁ ଗାଳି ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!