Masthead

ଆଜିଠୁ ରାଜସ୍ଥାନ ଜୟପୁରକୁ ଇଣ୍ଡିଗୋ ବିମାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜସ୍ଥାନ ଜୟପୁରକୁ ଇଣ୍ଡିଗୋ ବିମାନ ଉଡାଣର ଶୁଭାରମ୍ଭ ହୋଇଛି । ଏଣିକି ଯାତ୍ରୀମାନେ ଭୁବନେଶ୍ୱରରୁ ସିଧାସଳଖ ଭାବରେ ରାଜସ୍ଥାନର ରାଜଧାନୀ ଜୟପୁରକୁ ଯାତ୍ରା କରିପାରିବେ। ବହୁ ଦିନର ଅପେକ୍ଷା ପରେ ଏବେ କେନ୍ଦ୍ର ସରକାର ଏବଂ ଓଡିଶା ସରକାରଙ୍କ ମିଳିତ ପ୍ରୟାସ ପାଇଁ ଏହା ସଫଳ ହୋଇପାରିଛି। ଆଜି ଭର୍ଚୁଆଲ ମୋଡରେ ଏହାର ଉଦଘାଟନ କରାଯାଇଛି । ମଙ୍ଗଳବାର, ଗୁରୁବାର, ଶନିବାର ହେବ ଉଡାଣ ।

ଏହି ସମାରୋହରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସାଂସଦ ଅପରାଜିତା ଷଡଙ୍ଗୀ, ସସ୍ମିତା ପାତ୍ର, ଇଣ୍ଡିଗୋ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ପୂର୍ବରୁ ଏହି ସୁବିଧା ଉପଲବ୍ଧ ନଥିବାରୁ ପର୍ୟ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଭୁବନେଶ୍ୱର-ଜୟପୁର ସିଧାସଳଖ ବିମାନ ଚଳାଚଳ କରିବାକୁ ଓଡ଼ିଶା ସରକାର ଦାବି କରିଥିଲେ।

ସେପ୍ଟେମ୍ବର ୧୭ରେ ଦୁଇ ସହର ମଧ୍ୟରେ ବିମାନ ସେବା ଆରମ୍ଭ କରିବାକୁ ତାଙ୍କର ହସ୍ତକ୍ଷେପ ଲୋଡି ସିନ୍ଧିଆଙ୍କୁ ଚିଠି ଲେଖିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ପରେ ନଭେମ୍ବର ୨ରୁ ଭୁବନେଶ୍ୱର-ଜୟପୁର ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହେବ ବୋଲି ଘୋଷଣା କରିଥିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା