Masthead

ସୀମା ବିବାଦକୁ ନେଇ ଭାରତ-ଚୀନ ମଧ୍ୟରେ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ଏଲଏସିରେ ଭାରତ ଚୀନ୍ ସେନା ମୁହାଁମୁହିଁ ହୋଇଥିଲେ । ଏଲଏସି ଆଡ଼କୁ ମାଡ଼ି ଆସୁଥିବା ଚିନ୍ ସେନା ଅଟକାଇଥିଲା ଭାରତୀୟ ସେନା । ଗତ ସପ୍ତାହରେ ପାଟ୍ରୋଲିଂ ବେଳେ ଦୁଇ ଦେଶର ସୈନ୍ୟ ମୁହାଁମୁହିଁ ହୋଇଥିଲେ । ୨୦୦ ଚୀନ୍ ସେନା ଏଲ୍ଏସି ଆଡକୁ ମାଡି ଆସୁଥିବା ବେଳେ ଅଟକାଇଥିଲେ ଭାରତୀୟ ଯବାନ ।

କମାଣ୍ଡରସ୍ତରୀୟ ଆଲୋଚନା ପରେ ଚୀନ୍ ସେନା ପଛକୁ ହଟିଥିଲେ । ସୀମା ବିବାଦକୁ ନେଇ ଆଜି ଭାରତ ଓ ଚୀନ୍‌ ମଧ୍ୟରେ ପରବର୍ତ୍ତୀ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ ହେବ। ଗତ ବର୍ଷ ହିଂସାତ୍ମକ ସଂଘର୍ଷ ପରଠାରୁ ଦୁଇ ଦେଶ ମଧ୍ୟରେ ୧୩ ତମ ପର୍ଯ୍ୟାୟ ଆଲୋଚନା ଆରମ୍ଭ ହେବ। ପୂର୍ବ ଲଦାଖର ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ (ଏଲଏସି) ସହିତ ଅବଶିଷ୍ଟ ଷ୍ଟାଣ୍ଡଅଫ୍ ସ୍ଥାନରୁ ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ସଂକ୍ରାନ୍ତରେ ଆସନ୍ତାକାଲି ଦୁଇ ଦେଶ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ହେବ।

ସୀମାରେ ରବିବାର ଦିନ ଭାରତର ଲଦାଖ କର୍ପସ କମାଣ୍ଡର ଏବଂ ଚାଇନାର ଦକ୍ଷିଣ ଜିନଜିଆଙ୍ଗ ମିଲିଟାରୀ କମାଣ୍ଡରଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଅଧିକାରୀମାନେ କହିଛନ୍ତି ଯେ ୧୩ ତମ ପର୍ୟ୍ୟାୟ ସାମରିକ ଆଲୋଚନା ପାଇଁ ପ୍ରସ୍ତୁତିର ଏକ ଅଂଶ ଭାବରେ ଉଭୟ ପକ୍ଷ ସବିଶେଷ ଆଦାନ ପ୍ରଦାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍