Before Header

କମୁଛି ସଂକ୍ରମଣ, ୨୪ଘଣ୍ଟାରେ ୪ହଜାର ୮୫୨ କରୋନା ପଜିଟିଭ ଚିହ୍ନଟ

0 26

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜୁନ ଆଣି ଦେଉଛି ରାଜ୍ୟକୁ ଆଶ୍ୱସ୍ତି । ରାଜ୍ୟରେ ଧୀରେ ଧୀରେ କମ ହେବାରେ ଲାଗିଛି ଦୈନିକ ସଂକ୍ରମଣ । ଗତ ୨୪ଘଣ୍ଟାରେ ୪ହଜାର ୮୫୨କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮ଲକ୍ଷ ୪୭ହଜାର ୩୧୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬୫ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୦୮୭ଟି ଲୋକାଲ୍‌ କେସ୍‌ ରହିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬୪ଜଣ, ବରଗଡ଼ ଜିଲ୍ଲାରୁ ୬୧ଜଣ, ଭଦ୍ରକ ଜିଲ୍ଲାରୁ ୨୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୫୭ଜଣ, କଟକ ଜିଲ୍ଲାରୁ ୫୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫୦ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୪୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮୦ଜଣ, ଯାଜପୁର ଜିଲ୍ଲାରୁ ୩୮୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୬୦ଜଣ, କନ୍ଧମାଳ ଜିଲ୍ଲାରୁ ୮୩ଜଣ।

କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୯୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪୯ଜଣ, କୋରାପୁଟ ଜିଲ୍ଲାରୁ ୮୮ଜଣ, ମାଲକାନାଗିରି ଜିଲ୍ଲାରୁ ୮୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୮ଜଣ, ନୟାଗଡ଼ ଜିଲ୍ଲାରୁ ୧୩୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୨୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ଜଣ, ସୋନପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୯୮ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୫୧୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୮୧୪୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୫୯୦୩୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.