Before Header

ପୁଣି ବଢ଼ିଲା ସଂକ୍ରମଣ, ୨୪ଘଣ୍ଟାରେ ୯ହଜାର ପଜିଟିଭ ଚିହ୍ନଟ

0 27

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୯ହଜାର ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫ହଜାର ୩୪୩ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୪ହଜାର ୧୯୮ଜଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧୬, ମୟୂରଭଞ୍ଜରୁ ୬୯୫, ସୁନ୍ଦରଗଡ଼ରୁ ୫୯୫, ଅନୁଗୋଳରୁ ୫୬୨ ଓ ପୁରୀ ଜିଲ୍ଲାରୁ ୫୨୮ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲାରୁ ୩୦୨ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୮୪, ଭଦ୍ରକରୁ ୪୬୪, ବଲାଙ୍ଗିରରୁ ୧୦୧, ବୌଦ୍ଧରୁ ୧୭୭, ଦେବଗଡ଼ରୁ ୬୧, ଢେଙ୍କାନାଳରୁ ୧୧୭, ଗଜପତିରୁ ୬୯, ଗଞ୍ଜାମରୁ ୧୫୦, ଜଗତସିଂହପୁରରୁ ୨୯୯, ଯାଜପୁରରୁ ୪୮୯, ଝାରସୁଗୁଡ଼ାରୁ ୧୪୦, କଳାହାଣ୍ଡିରୁ ୩୧୫, କନ୍ଧମାଳରୁ ୧୦୭, କେନ୍ଦ୍ରାପଡ଼ାରୁ ୧୧୪, କେନ୍ଦୁଝରରୁ ୧୭୭, କୋରାପୁଟରୁ ୨୧୫, ମାଲକାନଗିରିରୁ ୧୨୩, ନବରଙ୍ଗପୁରରୁ ୨୫୪, ନୟାଗଡ଼ରୁ ୨୩୦, ନୂଆପଡ଼ାରୁ ୫୦, ରାୟଗଡ଼ାରୁ ୧୬୪, ସମ୍ବଲପୁରରୁ ୨୨୯ ଓ ସୋନପୁର ଜିଲ୍ଲାରୁ ୨୪୫ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଷ୍ଟେଟ୍ ପୁଲ୍ରୁ ୨୨୭ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୫୬ ହଜାର ୬୮୪ରେ ପହଞ୍ଚିଛି। ତେବେ ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୫୮ ହଜାର ୬୪୬ ଜଣ ସୁସ୍ଥ ହୋଇସାରିଛନ୍ତି। ୯୫ ହଜାର ୨୬୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ୨୪ଘଣ୍ଟାରେ ରାଜ୍ୟରେ ୩୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳରୁ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ । ସୁନ୍ଦରଗଡ଼, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ । ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର, ଦେବଗଡ଼, କଟକ, ଗଜପତି ୨ । ରାୟଗଡ଼ା, କୋରାପୁଟ, ମାଲକାନାଗିରି ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ । ତେବେ ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ।

Leave A Reply

Your email address will not be published.