Masthead

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳି ମାଡ଼ । କଂଗ୍ରେସ ଭବନରେ ପଶି କିଛି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାଯାଇଛି। ଆଜି ସକାଳେ ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ନିଜ ଚ୍ୟାମ୍ବରରେ ବସିଥିବା ବେଳେ କିଛି ଅସନ୍ତୁଷ୍ଟ ଗୋଷ୍ଠୀର ଯୁବକମାନେ ହଠାତ୍ ତାଙ୍କ ଚ୍ୟାମ୍ବରକୁ ପଶି ଆସିଥିଲେ। ପିସିସି ସଭାପତିଙ୍କ ଉପରେ ଯୁବକମାନେ କାଳିମାଡ଼ କରିଥିଲେ ଓ ପରେ ସେଠାରୁ ପଳାଇ ଯାଇଥିଲେ। ଘଟଣାପରେ କଂଗ୍ରେସର ବରିଷ୍ଠ ନେତାମାନେ କଂଗ୍ରେସ ଭବନରେ ପହଞ୍ଚି ପସିସି ସଭାପତିଙ୍କ ସହ ଆଲୋଚନା କରିଥିବା ଜଣାଯାଇଛି।

ତେବେ କେଉଁ କାରଣ ପାଇଁ ପିସିସି ସଭାପତିଙ୍କୁ କାଳିମାଡ଼ କରାଗଲା ତାହା ଜଣାପଡ଼ିନାହିଁ। ସେପଟେ କାଳି ମାଡ଼କୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପ୍ରତିକ୍ରିୟା । ଏହା ମୋ ପାଇଁ ନୂଆ ନୁହେଁ, ମୁଁ ଦବିଯିବିନି ବୋଲି କହିଲେ ଶରତ ପଟ୍ଟନାୟକ । ପୂର୍ବଥର ପିସିସି ସଭାପତି ଥିବା ବେଳେ ଅଣ୍ଡା, ପଥର ମାଡ଼ ହୋଇଥିଲା । ଏସବୁ ନେଇ ମୁଁ ବ୍ୟଥିତ ନୁହେଁ କି ଦବି ଯିବାର ପ୍ରଶ୍ନ ଉଠୁନି । ବିଜେପି କିମ୍ବା ଅନ୍ୟ କାହା ଦ୍ବାରା ପ୍ରରୋଚିତ ଦୁର୍ବୃତ୍ତ ଏମିତି କରିଛନ୍ତି ବୋଲି କହିଲେ ପିସିସି ସଭାପତି । କଂଗ୍ରେସ ଉତ୍‌ଥାନ କରୁଥିବା ଦେଖି କିଛି ଅହଂକାରୀ ଏଭଳି କରୁଥିବେ । ଏମିତି କେତେ ଆସିଛନ୍ତି, ଯାଇଛନ୍ତି; ସେସବୁ ଖାତିର୍‌ କରେନି । କଂଗ୍ରେସକୁ ଦୁର୍ବଳ କରିବାକୁ ଉଦ୍ୟମ କରୁଥିବା ଶକ୍ତିକୁ ବରଦାସ୍ତ କରିବୁନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା