Masthead

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳି ମାଡ଼ । କଂଗ୍ରେସ ଭବନରେ ପଶି କିଛି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାଯାଇଛି। ଆଜି ସକାଳେ ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ନିଜ ଚ୍ୟାମ୍ବରରେ ବସିଥିବା ବେଳେ କିଛି ଅସନ୍ତୁଷ୍ଟ ଗୋଷ୍ଠୀର ଯୁବକମାନେ ହଠାତ୍ ତାଙ୍କ ଚ୍ୟାମ୍ବରକୁ ପଶି ଆସିଥିଲେ। ପିସିସି ସଭାପତିଙ୍କ ଉପରେ ଯୁବକମାନେ କାଳିମାଡ଼ କରିଥିଲେ ଓ ପରେ ସେଠାରୁ ପଳାଇ ଯାଇଥିଲେ। ଘଟଣାପରେ କଂଗ୍ରେସର ବରିଷ୍ଠ ନେତାମାନେ କଂଗ୍ରେସ ଭବନରେ ପହଞ୍ଚି ପସିସି ସଭାପତିଙ୍କ ସହ ଆଲୋଚନା କରିଥିବା ଜଣାଯାଇଛି।

ତେବେ କେଉଁ କାରଣ ପାଇଁ ପିସିସି ସଭାପତିଙ୍କୁ କାଳିମାଡ଼ କରାଗଲା ତାହା ଜଣାପଡ଼ିନାହିଁ। ସେପଟେ କାଳି ମାଡ଼କୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପ୍ରତିକ୍ରିୟା । ଏହା ମୋ ପାଇଁ ନୂଆ ନୁହେଁ, ମୁଁ ଦବିଯିବିନି ବୋଲି କହିଲେ ଶରତ ପଟ୍ଟନାୟକ । ପୂର୍ବଥର ପିସିସି ସଭାପତି ଥିବା ବେଳେ ଅଣ୍ଡା, ପଥର ମାଡ଼ ହୋଇଥିଲା । ଏସବୁ ନେଇ ମୁଁ ବ୍ୟଥିତ ନୁହେଁ କି ଦବି ଯିବାର ପ୍ରଶ୍ନ ଉଠୁନି । ବିଜେପି କିମ୍ବା ଅନ୍ୟ କାହା ଦ୍ବାରା ପ୍ରରୋଚିତ ଦୁର୍ବୃତ୍ତ ଏମିତି କରିଛନ୍ତି ବୋଲି କହିଲେ ପିସିସି ସଭାପତି । କଂଗ୍ରେସ ଉତ୍‌ଥାନ କରୁଥିବା ଦେଖି କିଛି ଅହଂକାରୀ ଏଭଳି କରୁଥିବେ । ଏମିତି କେତେ ଆସିଛନ୍ତି, ଯାଇଛନ୍ତି; ସେସବୁ ଖାତିର୍‌ କରେନି । କଂଗ୍ରେସକୁ ଦୁର୍ବଳ କରିବାକୁ ଉଦ୍ୟମ କରୁଥିବା ଶକ୍ତିକୁ ବରଦାସ୍ତ କରିବୁନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ