Masthead

ଆଇଏନଏଲଡି ରାଜ୍ୟ ସଭାପତିଙ୍କୁ ଗୁଳି କରି ହତ୍ୟା

ହରିୟାଣା (ବଡ଼ ଖବର ବ୍ୟୁରୋ): ବିଚ୍ ରାସ୍ତାରେ ଗୁଳିକାଣ୍ଡ । ହରିୟାଣାର ଇଣ୍ଡିଆନ ନ୍ୟାସନାଲ ଲୋକ ଦଳର ରାଜ୍ୟ ସଭାପତିଙ୍କୁ ଗୁଳିକରି ହତ୍ୟା । ତାଙ୍କ ସହଯୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ତିନି ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ଆଇଏନଏଲଡି ରାଜ୍ୟ ସଭାପତି ନାଫେ ସିଂହ ରାଠି କାରରେ ଯାଉଥିଲେ । ଏହି ସମୟରେ ଅଜଣା ଦୁର୍ବୃତ୍ତ ଆସି ତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।

ଆଇଏନଏଲଡି ନେତା ଅଭୟ ଚୌଟାଲା କହିଛନ୍ତି, ନାଫେ ସିଂହ ରାଠିଙ୍କ ସହିତ ଥିବା ଅନ୍ୟ ଜଣେ ଦଳୀୟ କର୍ମୀଙ୍କର ମଧ୍ୟ ଗୁଳିକାଣ୍ଡରେ ମୃତ୍ୟୁ ଘଟିଛି । ସେ ରାଠିଙ୍କୁ ସହଯୋଗ କରିବା ପାଇଁ ଥିଲେ ବୋଲି ଅଭୟ ଚୌଟାଲା କହିଛନ୍ତି । ଲୋକସଭା ନିର୍ବାଚନକୁ ହାତରେ ଅଳ୍ପ ଦିନ ରହିଛି । ଏହା ପୂର୍ବରୁ ହରିୟାଣାରେ ବିରୋଧୀ ଦଳର ସଭାପତିଙ୍କୁ ଗୁଳିକରି ହତ୍ୟା ପରେ ରାଜ୍ୟରେ ଆଇନ ଶୃଂଙ୍ଖଳା ଉପରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା