Masthead

ଆଉ କିଛି ଘଣ୍ଟାର ଅପେକ୍ଷା, ଖୋଲିବ ଭିତର ରତ୍ନଭଣ୍ଡାର ରହସ୍ୟ

ପୁରୀ(ବଡ଼ ଖବର ବ୍ୟୁରୋ): ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ଆଜି ଖୋଲାଯିବ ଶ୍ରୀମନ୍ଦିରର ଭିତର ରତ୍ନଭଣ୍ଡାର। ଖୋଲିବ ରାଜରାଜୁଡ଼ା ଅମଳର ପ୍ରାଚୀନ ସିନ୍ଦୁକ ଓ ଆଲମିରା । ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ଖୋଲାଯିବ ଭିତର ରତ୍ନଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲି ସ୍ୱର୍ଣ୍ଣ ଓ ରୌପ୍ୟ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିବା ବେଳେ, ଆଜି ଭିତର ଭଣ୍ଡାରର ପାଳି। ଏସଓପି ମୁତାବକ ୧୧ ଜଣିଆ ଅଧିକୃତ ଟିମ୍ ଜିଲ୍ଲା ଟ୍ରେଜେରିରୁ ଚାବି ଆଣି ଭିତର ରତ୍ନଭଣ୍ଡାରରେ ପଡ଼ିଥିବା ୨ଟି ନୂଆ ତାଲା ଖୋଲିବେ। କେହି କୌଣସି ଧାତବ ପଦାର୍ଥ କିମ୍ବା ସୁନା ଅଳଙ୍କାର ପିନ୍ଧି ଯିବେ ନାହିଁ। ଭିତର ଭଣ୍ଡାର ତାଲା ଖୋଲାଯାଇ ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ଗୁଡ଼ିକୁ ସୁରକ୍ଷିତ ଭାବେ ଖଟଶେଯ ଘରେ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯିବ।

ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲାକୁ ଜଉମୁଦ ସିଲ୍ କରାଯିବ ଏବଂ ଚାବିକୁ ପୁଣି ଟ୍ରେଜେରୀରେ ରଖାଯିବ। ଏହା ପରେ ଯାଇ ରତ୍ନଭଣ୍ଡାର ମରାମତି ଆରମ୍ଭ କରିବ ଏଏସଆଇ। ଆଜି ମଧ୍ୟ ସ୍ନେକ୍ ହେଲ୍ପ ଲାଇନ, ଓଡ୍ରାଫ୍, ସ୍ବେଚ୍ଛାସେବୀ, ଡାକ୍ତରୀ ଟିମ୍ ମୁତୟନ ହେବେ ବୋଲି ସୂଚନା ମିଳିଛି। ଅଳଙ୍କାର ଗୁଡ଼ିକୁ ଷ୍ଟ୍ରଙ୍ଗରୁମରେ ନୂଆ ସିନ୍ଦୁକରେ ରଖିବା ପରେ ଭିତର ରତ୍ନଭଣ୍ଡାରର ପ୍ରାଚୀନ ସିନ୍ଦୁକ ଓ ଆଲମିରା ଗୁଡ଼ିକୁ ମ୍ୟୁଜିୟମରେ ରଖିବାକୁ ଯୋଜନା କରାଯାଉଛି। ତେବେ ଆଜି ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲାଗିବ। ସକାଳ ୮ଟାରୁ ଭକ୍ତଙ୍କୁ ମନ୍ଦିର ଭିତରକୁ ବାରଣ କରାଯାଇଛି । ସିଂହଦ୍ୱାରକୁ ଛାଡ଼ି ବାକି ୩ ଦ୍ୱାର ବନ୍ଦ ରହିବ। କେବଳ ଅଧିକୃତ ସେବକମାନଙ୍କୁ ଛଡ଼ାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା