Masthead

ଖୋଲିଲା ରତ୍ନଭଣ୍ଡାର

ପୁରୀ (ବଡ଼ ଖବର ବ୍ୟୁରୋ): ନୀତିକାନ୍ତି ଅନୁସାରେ ଚାଲିଛି ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ସମୟ ଅନୁସାରେ ବାହାର ରତ୍ନଭଣ୍ଡାରରେ ପ୍ରବେଶ କଲେ ଟିମ୍ । ଲୋକନାଥଙ୍କୁ ପୂଜା କରି ପ୍ରବେଶ କଲେ ଟିମ୍ । ସେହି ଶୁଭ ମୁର୍ହୂର୍ତ୍ତରେ ଖୋଲିଲା ରତ୍ନଭଣ୍ଡାର । ଆଉ ଏବେ ଭିତର ରତ୍ନଭଣ୍ଡାର ଚାବି ଫିଟାଇବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି । ସ୍ୱତନ୍ତ୍ର ପୋଷାକରେ ଭଣ୍ଡାର ଭିତରକୁ ଯାଇଛନ୍ତି ଟିମ୍ ।ସେପଟେ ଶ୍ରୀମନ୍ଦିର ଖୋଲିଲା ପରେ ଟ୍ୱିଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ୱିଟ କରି ଲେଖିଛନ୍ତି

ଜୟ ଜଗନ୍ନାଥ….ହେ ମହାପ୍ରଭୁ! ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃତ୍‌ ସ୍ପନ୍ଦନ। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ଶ୍ରେଷ୍ଠ ପରିଚୟ। ତୁମ ଇଚ୍ଛାରେ ଓଡ଼ିଆ ଜାତି ଆଜି ତାର ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି। ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ଵାର ଖୋଲିଲା।

ତୁମ ଇଚ୍ଛାରେ ୪୬ ବର୍ଷ ପରେ ଆଜି ଏକ ମହତ୍ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା। ଏ ମହାନ୍ କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ୱାସ। ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡ଼ିଆ ଜାତି, ଗୋଷ୍ଠୀ, ବର୍ଣ୍ଣ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ, ଏତିକି ପ୍ରାର୍ଥନା। ଜୟ ଜଗନ୍ନାଥ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ