Masthead

ଇନସ୍ପିରେସନ୍-୪ ସଫଳ: ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହାକାଶ ଯାତ୍ରା କରି ଫେରିଲେ ୪ ସାଧାରଣ ନାଗରିକ । ଏଲନ ମସ୍କଙ୍କ କମ୍ପାନୀ ସ୍ପେସ୍ ଏକ୍ସର ପ୍ରଥମ ଅନ୍ତରୀକ୍ଷ ମିଶନ ଇନସ୍ପିରେସନ୍-୪ ସଫଳ ହୋଇଛି । ଏହି ମିଶନରେ ଅନ୍ତରୀକ୍ଷକୁ ୪ ଜଣ ସାଧାରଣ ନାଗରିକ ଯାଇଥିଲେ । ସ୍ପେସ୍ ଏକ୍ସର ଡ୍ରାଗନ ସ୍ପେସକ୍ରାଫ୍ଟ ତିନିଦିନ ପୃଥିବୀ ଚାରିପଟେ ଘୁରିଥିଲା । ଏହାପରେ ଆଜି ଭୋରରୁ ଫ୍ଲୋରିଡାର ସମୁଦ୍ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡିଂ ସଫଳ ହୋଇଛି ।

ଏବେ ଏହି ୪ ଜଣ ପୃଥିବୀ ପରିକ୍ରମା କରି ସଫଳତାପୂର୍ବକ ଫେରି ଆସିଛନ୍ତି । ଏମାନଙ୍କୁ ଆମେରିକା କେନେଡି ସ୍ପେଶ ସେଣ୍ଟରରୁ ନେଇଯାଇଥିବା ସ୍ପେସଏକ୍ସର ଡ୍ରାଗନ ରକେଟ ୩ ଦିନ ପର୍ଯ୍ୟନ୍ତ ପୃଥିବୀ ପରିକ୍ରମା କରିବା ପରେ ସଫଳ ଭାବେ ସମୁଦ୍ରରେ ଓହ୍ଲାଇଛି । ସେପ୍ଟେମ୍ବର ୧୬ରେ ଭାରତୀୟ ସମୟ ଭୋର ୫ଟା ୩୩ରେ ଏମାନେ ଆମେରିକାର ଫ୍ଲୋରିଡା ସ୍ଥିତ କେନେଡି ସ୍ପେଶ ସେଣ୍ଟରୁ ମହାକାଶ ଯାତ୍ରା କରିଥିଲେ। ଏହି ମହାକାଶ ଯାନ ପ୍ରଥମ ଥର ଲାଗି ସାଧାରଣ ନାଗରିକଙ୍କୁ ନେଇ ପୃଥିବୀ କକ୍ଷରେ ଲଞ୍ଚ ହୋଇଥିଲା । ଆଉ ଏହି ରକେଟରେ ଥିବା ସମସ୍ତ ଯାତ୍ରୀ ପେଶାରେ ମହାକାଶ ଯାତ୍ରୀ ନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ