ମୁଜାଫରବାଦରେ ପ୍ରବଳ ହିଂସା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ଅଧିକୃତ କାଶ୍ମୀରର ମୁଜାଫରବାଦରେ ପ୍ରବଳ ହିଂସା । ୪ ଦିନ ଦେଲା ସ୍ଥାନୀୟ ବାସିନ୍ଦା-ପ୍ରଶାସନ ମୁହଁମୁହିଁ । ପାକ୍ ଅଧିକୃତ କାଶ୍ମୀରରେ ବିଜୁଳି ଓ ଅଟା ଦରରେ ସରକାରୀ ସବସିଡି ସତ୍ତ୍ୱେ ମୁଜାଫରାବାଦରେ ହିଂସାତ୍ମକ ବିକ୍ଷୋଭ ପ୍ରଦର୍ଶନ ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଘଟଣା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ପାକିସ୍ତାନ ଅଧିକୃତ କଶ୍ମୀରକୁ ସରକାର ୨୩ ବିଲିୟନ ଟଙ୍କା ଦେବା ପରେ ସୋମବାର ସନ୍ଧ୍ୟାରେ ସରକାର ବିଜୁଳି ଓ ଅଟା ଦର ହ୍ରାସ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ତେବେ ପାକିସ୍ତାନ ରେଞ୍ଜର୍ସର କର୍ମଚାରୀମାନେ ମୁଜାଫରାବାଦରେ ପ୍ରବେଶ କରିବାକୁ ଚେଷ୍ଟା କରିବାରୁ ବିକ୍ଷୋଭକାରୀମାନେ ସେମାନଙ୍କ ସହ ମୁହାଁମୁହିଁ ହୋଇଥିଲେ । ବିକ୍ଷୋଭକାରୀମାନେ ସେମାନଙ୍କ ଉପରକୁ ପଥର ମାଡ଼ କରିବାରୁ ଅନେକ ରେଞ୍ଜର ଯବାନ ଆହତ ହୋଇଥିଲେ ।

ପଥରମାଡ଼ର ଜବାବରେ ଅଧିକାରୀମାନେ ଆକାଶମାର୍ଗରେ ଗୁଳି ଚଳାଇଥିବାର ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଥିଲେ ମଧ୍ୟ ଏହାକୁ ସ୍ୱାଧୀନ ଭାବେ ଯାଞ୍ଚ କରାଯାଇପାରିନାହିଁ । ସେପଟେ ସିଏମଏଚ ମୁଜାଫରାବାଦ ଡାକ୍ତର ନାଦିର ରେହମାନ ବିବିସିର ତାବିଣ୍ଡା କୋକାବକୁ କହିଛନ୍ତି ଯେ ସଂଘର୍ଷ ପରେ ୩ଟି ମୃତଦେହକୁ ଡାକ୍ତରଖାନାକୁ ଅଣାଯାଇଥିଲା । ସମସ୍ତ ମୃତକଙ୍କୁ ଗୁଳି କରାଯାଇଥିଲା । ସିଏମ୍ଏଚ୍ ଅଧିକାରୀଙ୍କ କହିବା ନୁସାରେ, ସଂଘର୍ଷରେ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି, ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’